୨ ଯୋହନ 1

ଆଉ ଆମ୍ଭେମାନେ ଯେ ତାହାଙ୍କ ଆଜ୍ଞାନୁସାରେ ଆଚରଣ କରୁ, ଏହା ହିଁ ପ୍ରେମର ସାର। ତୁମ୍ଭେମାନେ ଆଦ୍ୟରୁ ଯାହା ଶୁଣିଅଛ, ସେହି ଅନୁସାରେ ଆଚରଣ କର, ଏହା ସେହି ଆଜ୍ଞା।

2 John 1:6 (UKJV) And this is love, that we walk after his commandments. This is the commandment, That, as all of you have heard from the beginning, all of you should walk in it.

4ତୁମ୍ଭର ସନ୍ତାନମାନଙ୍କ ମଧ୍ୟରୁ କେତେକଙ୍କୁ ପିତାଙ୍କଠାରୁ ପ୍ରାପ୍ତ ଆଜ୍ଞାନୁଯାୟୀ ସତ୍ୟରେ ଆଚରଣ କରୁଥିବା ଦେଖି ମୁଁ ବିଶେଷ ଆନନ୍ଦିତ।

5ହେ ଭଦ୍ରେ, ଏବେ ମୁଁ ଯେ ତୁମ୍ଭ ନିକଟକୁ କୌଣସି ନୂଆ ଆଜ୍ଞା ଲେଖୁଅଛି, ତାହା ନୁହେଁ, ମାତ୍ର ଆଦ୍ୟରୁ ପ୍ରାପ୍ତ ଆଜ୍ଞାଟି ଲେଖି ଅନୁରୋଧ କରୁଅଛି ଯେ, ଆମ୍ଭେମାନେ ପରସ୍ପରକୁ ପ୍ରେମ କରୁ।

6ଆଉ ଆମ୍ଭେମାନେ ଯେ ତାହାଙ୍କ ଆଜ୍ଞାନୁସାରେ ଆଚରଣ କରୁ, ଏହା ହିଁ ପ୍ରେମର ସାର। ତୁମ୍ଭେମାନେ ଆଦ୍ୟରୁ ଯାହା ଶୁଣିଅଛ, ସେହି ଅନୁସାରେ ଆଚରଣ କର, ଏହା ସେହି ଆଜ୍ଞା।

7କାରଣ ଯେଉଁମାନେ ଯୀଶୁ ଖ୍ରୀଷ୍ଟ ଦେହବନ୍ତ ହୋଇ ଅବତୀର୍ଣ୍ଣ ହୋଇଅଛନ୍ତି ବୋଲି ଅସ୍ୱୀକାର କରନ୍ତି, ଏପରି ଅନେକ ପ୍ରବଞ୍ଚକ ଜଗତରେ ବାହାରି ଆସିଅଛନ୍ତି। ଏହି ପ୍ରକାର ଲୋକ ସେହି ପ୍ରବଞ୍ଚକ ଓ ଭଣ୍ଡଖ୍ରୀଷ୍ଟ।

8ତୁମ୍ଭେମାନେ ଯେପରି ଆମ୍ଭମାନଙ୍କର କୃତ କର୍ମର ଫଳ ନ ହରାଇ ବରଂ ସେଥିର ପୂର୍ଣ୍ଣ ପୁରସ୍କାର ପ୍ରାପ୍ତ ହୁଅ, ସେଥିନିମନ୍ତେ ଆପଣା ଆପଣା ବିଷୟରେ ସାବଧାନ ହୁଅ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.