11ଏଉତ୍ତାରେ ରାଜା ପୁନର୍ବାର ଏଲୀୟଙ୍କ ନିକଟକୁ ଆଉ ଏକ ପଚାଶପତିଙ୍କୁ ତାହାର ପଚାଶ ଲୋକ ସହିତ ପଠାଇଲେ। ତହୁଁ ଏହି ପଚାଶପତି ମଧ୍ୟ ଏଲୀୟଙ୍କୁ କହିଲେ, “ହେ ପରମେଶ୍ୱରଙ୍କ ଲୋକ, ରାଜା କହିଅଛନ୍ତି, ‘ଶୀଘ୍ର ତଳକୁ ଆସ।’”
12ଏଥିରେ ଏଲୀୟ ସେମାନଙ୍କୁ ଉତ୍ତର କରି କହିଲେ, “ଯେବେ ମୁଁ ପରମେଶ୍ୱରଙ୍କ ଲୋକ, ତେବେ ଆକାଶରୁ ଅଗ୍ନି ଆସି ତୁମ୍ଭକୁ ଓ ତୁମ୍ଭ ପଚାଶ ଲୋକଙ୍କୁ ଗ୍ରାସ କରୁ।” ତହୁଁ ପରମେଶ୍ୱରଙ୍କ ଅଗ୍ନି ଆକାଶରୁ ଆସି ତାହାକୁ ଓ ତାହାର ପଚାଶ ଲୋକଙ୍କୁ ଗ୍ରାସ କଲା।
13ଏଥିରେ ରାଜା ପୁନର୍ବାର ତୃତୀୟ ପଚାଶପତିଙ୍କୁ ତାହାର ପଚାଶ ଲୋକ ସହିତ ପଠାଇଲେ। ପୁଣି ସେହି ତୃତୀୟ ପଚାଶପତି ଉପରକୁ ଗଲା ଓ ଏଲୀୟଙ୍କ ସମ୍ମୁଖରେ ଉପସ୍ଥିତ ହୋଇ ଆପଣା ଆଣ୍ଠୁପାତି ବିନୟ କରି ତାଙ୍କୁ କହିଲା, “ହେ ପରମେଶ୍ୱରଙ୍କ ଲୋକ, ମୁଁ ବିନୟ କରୁଅଛି, ଆପଣଙ୍କ ଦୃଷ୍ଟିରେ ମୋʼ ପ୍ରାଣ ଓ ଆପଣଙ୍କ ଦାସ ଏହି ପଚାଶ ଲୋକଙ୍କର ପ୍ରାଣ ବହୁମୂଲ୍ୟ ହେଉ।
14ଦେଖନ୍ତୁ, ଆକାଶରୁ ଅଗ୍ନି ଆସି ପୂର୍ବ ଦୁଇ ପଚାଶପତିଙ୍କୁ ଓ ସେମାନଙ୍କ ପଚାଶ ପଚାଶ ଲୋକଙ୍କୁ ଗ୍ରାସ କଲା; ମାତ୍ର ଏବେ ଆପଣଙ୍କ ଦୃଷ୍ଟିରେ ମୋʼ ପ୍ରାଣ ବହୁମୂଲ୍ୟ ହେଉ।”
15ଏଥିରେ ସଦାପ୍ରଭୁଙ୍କ ଦୂତ ଏଲୀୟଙ୍କୁ କହିଲେ, “ତାହା ସଙ୍ଗରେ ତଳକୁ ଯାଅ; ତାହାକୁ ଭୟ କର ନାହିଁ।” ତହୁଁ ଏଲୀୟ ଉଠି ପଚାଶପତି ସଙ୍ଗରେ ତଳକୁ ଯାଇ ରାଜାଙ୍କ ନିକଟକୁ ଗଲେ।