ଦ୍ୱିତୀୟ ରାଜାବଳୀ 1

ଏଥିଉତ୍ତାରେ ଏଲୀୟଙ୍କ ଦ୍ୱାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେ ମଲେ। ପୁଣି ତାଙ୍କର ପୁତ୍ର ନ ଥିବାରୁ ଯିହୁଦାର ରାଜା ଯିହୋଶାଫଟ୍‍ଙ୍କର ପୁତ୍ର ଯିହୋରାମ୍‍ଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷରେ ଯିହୋରାମ୍‍ ତାଙ୍କର ପଦରେ ରାଜ୍ୟ କରିବାକୁ ଆରମ୍ଭ କଲେ।

2 Kings 1:17 (UKJV) So he died according to the word of the LORD which Elijah had spoken. And Jehoram reigned in his position in the second year of Jehoram the son of Jehoshaphat king of Judah; because he had no son.

15ଏଥିରେ ସଦାପ୍ରଭୁଙ୍କ ଦୂତ ଏଲୀୟଙ୍କୁ କହିଲେ, “ତାହା ସଙ୍ଗରେ ତଳକୁ ଯାଅ; ତାହାକୁ ଭୟ କର ନାହିଁ।” ତହୁଁ ଏଲୀୟ ଉଠି ପଚାଶପତି ସଙ୍ଗରେ ତଳକୁ ଯାଇ ରାଜାଙ୍କ ନିକଟକୁ ଗଲେ।

16ପୁଣି ସେ ରାଜାଙ୍କୁ କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘କଥା ପଚାରିବା ପାଇଁ ଇସ୍ରାଏଲ ମଧ୍ୟରେ ପରମେଶ୍ୱର ନାହାନ୍ତି ବୋଲି କି ତୁମ୍ଭେ ଇକ୍ରୋଣର ଦେବତା ବାଲ୍‍ସବୂବକୁ ପଚାରିବା ପାଇଁ ଦୂତମାନଙ୍କୁ ପଠାଇଲ? ଏହେତୁ ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହଁ, ମାତ୍ର ନିଶ୍ଚୟ ମରିବ।’”

17ଏଥିଉତ୍ତାରେ ଏଲୀୟଙ୍କ ଦ୍ୱାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେ ମଲେ। ପୁଣି ତାଙ୍କର ପୁତ୍ର ନ ଥିବାରୁ ଯିହୁଦାର ରାଜା ଯିହୋଶାଫଟ୍‍ଙ୍କର ପୁତ୍ର ଯିହୋରାମ୍‍ଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷରେ ଯିହୋରାମ୍‍ ତାଙ୍କର ପଦରେ ରାଜ୍ୟ କରିବାକୁ ଆରମ୍ଭ କଲେ।

18ଏହି ଅହସୀୟଙ୍କର କ୍ରିୟାର ଅବଶିଷ୍ଟ ବୃତ୍ତାନ୍ତ କି ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.