3ମାତ୍ର ସଦାପ୍ରଭୁଙ୍କ ଦୂତ ତିଶ୍ବୀୟ ଏଲୀୟଙ୍କୁ କହିଲେ, “ଉଠ, ଶମରୀୟା ରାଜାଙ୍କର ଦୂତଗଣକୁ ସାକ୍ଷାତ କରିବାକୁ ଯାଅ ଓ ସେମାନଙ୍କୁ କୁହ, ‘ଇସ୍ରାଏଲ ମଧ୍ୟରେ ପରମେଶ୍ୱର ନାହାନ୍ତି ବୋଲି କି ତୁମ୍ଭେମାନେ ଇକ୍ରୋଣର ଦେବତା ବାଲ୍ସବୂବକୁ ପଚାରିବାକୁ ଯାଉଅଛ?’
4ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହିଁ, ମାତ୍ର ନିଶ୍ଚୟ ମରିବ।’” ଏଉତ୍ତାରେ ଏଲୀୟ ପ୍ରସ୍ଥାନ କଲେ।
5ତହୁଁ ଦୂତମାନେ ଅହସୀୟଙ୍କର ନିକଟକୁ ଫେରି ଆସନ୍ତେ, ସେ ସେମାନଙ୍କୁ ପଚାରିଲେ, “ତୁମ୍ଭେମାନେ କାହିଁକି ଫେରି ଆସିଲ?”
6ଏଥିରେ ସେମାନେ ତାଙ୍କୁ କହିଲେ, “ଜଣେ ଲୋକ ଆମ୍ଭମାନଙ୍କୁ ସାକ୍ଷାତ କରିବାକୁ ଆସି କହିଲା, ‘ଯେଉଁ ରାଜା ତୁମ୍ଭମାନଙ୍କୁ ପଠାଇଅଛି, ତାହା ନିକଟକୁ ଫେରିଯାଇ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ମଧ୍ୟରେ ପରମେଶ୍ୱର ନାହାନ୍ତି ବୋଲି କି ତୁମ୍ଭେ ଇକ୍ରୋଣର ଦେବତା ବାଲ୍ସବୂବ ନିକଟକୁ ପଚାରି ପଠାଉଅଛ? ଏହେତୁ ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହିଁ, ମାତ୍ର ନିଶ୍ଚୟ ମରିବ।’”
7ତହିଁରେ ଅହସୀୟ ସେମାନଙ୍କୁ ପଚାରିଲେ, “ଯେ ତୁମ୍ଭମାନଙ୍କୁ ସାକ୍ଷାତ କରିବାକୁ ଆସି ଏହିସବୁ କଥା କହିଲା, ସେ କି ପ୍ରକାର ଲୋକ?”