ଦ୍ୱିତୀୟ ରାଜାବଳୀ 1

ତହିଁରେ ଅହସୀୟ ସେମାନଙ୍କୁ ପଚାରିଲେ, “ଯେ ତୁମ୍ଭମାନଙ୍କୁ ସାକ୍ଷାତ କରିବାକୁ ଆସି ଏହିସବୁ କଥା କହିଲା, ସେ କି ପ୍ରକାର ଲୋକ?”

2 Kings 1:7 (UKJV) And he said unto them, What manner of man was he which came up to meet you, and told you these words?

5ତହୁଁ ଦୂତମାନେ ଅହସୀୟଙ୍କର ନିକଟକୁ ଫେରି ଆସନ୍ତେ, ସେ ସେମାନଙ୍କୁ ପଚାରିଲେ, “ତୁମ୍ଭେମାନେ କାହିଁକି ଫେରି ଆସିଲ?”

6ଏଥିରେ ସେମାନେ ତାଙ୍କୁ କହିଲେ, “ଜଣେ ଲୋକ ଆମ୍ଭମାନଙ୍କୁ ସାକ୍ଷାତ କରିବାକୁ ଆସି କହିଲା, ‘ଯେଉଁ ରାଜା ତୁମ୍ଭମାନଙ୍କୁ ପଠାଇଅଛି, ତାହା ନିକଟକୁ ଫେରିଯାଇ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ମଧ୍ୟରେ ପରମେଶ୍ୱର ନାହାନ୍ତି ବୋଲି କି ତୁମ୍ଭେ ଇକ୍ରୋଣର ଦେବତା ବାଲ୍‍ସବୂବ ନିକଟକୁ ପଚାରି ପଠାଉଅଛ? ଏହେତୁ ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହିଁ, ମାତ୍ର ନିଶ୍ଚୟ ମରିବ।’”

7ତହିଁରେ ଅହସୀୟ ସେମାନଙ୍କୁ ପଚାରିଲେ, “ଯେ ତୁମ୍ଭମାନଙ୍କୁ ସାକ୍ଷାତ କରିବାକୁ ଆସି ଏହିସବୁ କଥା କହିଲା, ସେ କି ପ୍ରକାର ଲୋକ?”

8ତହୁଁ ସେମାନେ ତାଙ୍କୁ ଉତ୍ତର କଲେ, “ସେ ଲୋମଶ ମନୁଷ୍ୟ ଓ ତାହାର କଟି ଚର୍ମପଟୁକାରେ ବନ୍ଧା ଥିଲା।” ତହିଁରେ ରାଜା କହିଲେ, “ସେ ତ ତିଶ୍‍ବୀୟ ଏଲୀୟ।”

9ତେବେ ରାଜା ଏଲୀୟଙ୍କ ନିକଟକୁ ଜଣେ ପଚାଶପତିଙ୍କୁ ତାହାର ପଚାଶ ଲୋକ ସହିତ ପଠାଇଲେ। ତହୁଁ ପଚାଶପତି ଏଲୀୟଙ୍କ ନିକଟକୁ ଗଲା; ଆଉ ଦେଖ, ଏଲୀୟ ପର୍ବତ ଶୃଙ୍ଗରେ ବସିଥିଲେ। ଏଥିରେ ପଚାଶପତି ତାଙ୍କୁ କହିଲା, “ହେ ପରମେଶ୍ୱରଙ୍କ ଲୋକ, ରାଜା କହିଅଛନ୍ତି, ‘ତଳକୁ ଆସ।’”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.