ଦ୍ୱିତୀୟ ରାଜାବଳୀ 10

ଏଥିରେ ଯେହୂ କହିଲେ, “ଏମାନଙ୍କୁ ଜିଅନ୍ତା ଧର।” ତହୁଁ ଲୋକମାନେ ସେମାନଙ୍କୁ ଜୀଅନ୍ତା ଧରି ମେଷଲୋମ ଚ୍ଛେଦନଗୃହର ଗର୍ତ୍ତ ନିକଟରେ ସେହି ବୟାଳିଶ ଜଣଙ୍କୁ ବଧ କଲେ, ସେ ସେମାନଙ୍କର କାହାକୁ ଅବଶିଷ୍ଟ ରଖିଲେ ନାହିଁ।

2 Kings 10:14 (UKJV) And he said, Take them alive. And they took them alive, and slew them at the pit of the shearing house, even two and forty men; neither left he any of them.

12ଏଥିଉତ୍ତାରେ ଯେହୂ ଉଠି ପ୍ରସ୍ଥାନ କରି ଶମରୀୟାକୁ ଗଲେ। ପୁଣି ସେ ପଥ ମଧ୍ୟରେ ମେଷପାଳକମାନଙ୍କ ମେଷଲୋମ-ଚ୍ଛେଦନ ଗୃହ ନିକଟରେ ଉପସ୍ଥିତ ହୁଅନ୍ତେ,

13ଯେହୂ ଯିହୁଦାର ରାଜା ଅହସୀୟଙ୍କର ଭ୍ରାତୃଗଣକୁ ଭେଟି ପଚାରିଲେ, “ତୁମ୍ଭେମାନେ କିଏ?” ସେମାନେ ଉତ୍ତର କଲେ, “ଆମ୍ଭେମାନେ ଅହସୀୟଙ୍କର ଭାଇ; ଆଉ ଆମ୍ଭେମାନେ ରାଜାଙ୍କ ସନ୍ତାନମାନଙ୍କର ଓ ରାଣୀଙ୍କ ସନ୍ତାନମାନଙ୍କର ମଙ୍ଗଳବାଦ କରିବାକୁ ଯାଉଅଛୁ।”

14ଏଥିରେ ଯେହୂ କହିଲେ, “ଏମାନଙ୍କୁ ଜିଅନ୍ତା ଧର।” ତହୁଁ ଲୋକମାନେ ସେମାନଙ୍କୁ ଜୀଅନ୍ତା ଧରି ମେଷଲୋମ ଚ୍ଛେଦନଗୃହର ଗର୍ତ୍ତ ନିକଟରେ ସେହି ବୟାଳିଶ ଜଣଙ୍କୁ ବଧ କଲେ, ସେ ସେମାନଙ୍କର କାହାକୁ ଅବଶିଷ୍ଟ ରଖିଲେ ନାହିଁ।

15ଏଥିଉତ୍ତାରେ ଯେହୂ ସେଠାରୁ ପ୍ରସ୍ଥାନ କରନ୍ତେ, ଆପଣା ସମ୍ମୁଖରେ ଆଗମନକାରୀ ରେଖବର ପୁତ୍ର ଯିହୋନାଦବ୍‍କୁ ଭେଟିଲେ। ସେ ତାହାକୁ ମଙ୍ଗଳବାଦ କରି ପଚାରିଲେ, “ଯେପରି ତୁମ୍ଭ ପ୍ରତି ମୋʼ ମନ ସରଳ, ସେପରି ତୁମ୍ଭ ମନ କି ମୋʼ ପ୍ରତି ଅଛି?” ଏଥିରେ ଯିହୋନାଦବ୍‍ ଉତ୍ତର କଲା, “ହଁ, ଅଛି।” “ତାହାହେଲେ ମୋତେ ତୁମ୍ଭ ହସ୍ତ ଦିଅ।” ତହୁଁ ଯିହୋନାଦବ୍‍ ତାଙ୍କୁ ଆପଣା ହସ୍ତ ଦିଅନ୍ତେ, ଯେହୂ ତାହାକୁ ଆପଣା ନିକଟକୁ ରଥ ଉପରକୁ ନେଲେ।

16ପୁଣି ଯେହୂ କହିଲେ, “ମୋʼ ସଙ୍ଗେ ଆସ, ସଦାପ୍ରଭୁଙ୍କ ନିମନ୍ତେ ମୋହର ଉଦ୍‍ଯୋଗ ଦେଖ।” ଏହିରୂପେ ସେମାନେ ତାହାକୁ ତାଙ୍କ ରଥରେ ଚଢ଼ାଇଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.