1ଶମରୀୟାରେ ଆହାବଙ୍କର ସତୁରି ପୁତ୍ର ଥିଲେ। ଏଣୁ ଯେହୂ ଶମରୀୟାରେ ଯିଷ୍ରିୟେଲର ଅଧ୍ୟକ୍ଷଗଣ, ପ୍ରାଚୀନମାନଙ୍କୁ ଓ ଆହାବଙ୍କର ପୁତ୍ରମାନଙ୍କ ପ୍ରତିପାଳକମାନଙ୍କ ନିକଟକୁ ଏହିପରି ପତ୍ରମାନ ଲେଖି ପଠାଇଲେ, ଯଥା,
2“ତୁମ୍ଭମାନଙ୍କ ପ୍ରଭୁର ପୁତ୍ରଗଣ ତୁମ୍ଭମାନଙ୍କ ନିକଟରେ ଅଛନ୍ତି, ପୁଣି ରଥ ଓ ଅଶ୍ୱଗଣ, ମଧ୍ୟ ଏକ ପ୍ରାଚୀର-ବେଷ୍ଟିତ ନଗର ଓ ଅସ୍ତ୍ରଶସ୍ତ୍ର ତୁମ୍ଭମାନଙ୍କର ହସ୍ତଗତ ଅଛି।
3ଏହେତୁ ତୁମ୍ଭମାନଙ୍କ ନିକଟରେ ଏହି ପତ୍ର ଉପସ୍ଥିତ ହେବା ମାତ୍ରେ ତୁମ୍ଭେମାନେ ଆପଣା ପ୍ରଭୁର ପୁତ୍ରଗଣ ମଧ୍ୟରୁ ସର୍ବାପେକ୍ଷା ଉତ୍ତମ ଓ ଉପଯୁକ୍ତ ଜଣକୁ ବାଛ ଓ ତାହାକୁ ତାହାର ପିତାର ସିଂହାସନରେ ବସାଅ ଓ ତୁମ୍ଭେମାନେ ଆପଣା ପ୍ରଭୁର ବଂଶ ପକ୍ଷରେ ଯୁଦ୍ଧ କର।”
4ମାତ୍ର ସେମାନେ ଅତିଶୟ ଭୀତ ହୋଇ କହିଲେ, “ଦେଖ, ସେ ଦୁଇ ରାଜା ତାହା ସମ୍ମୁଖରେ ଠିଆ ହୋଇ ପାରିଲେ ନାହିଁ; ତେବେ ଆମ୍ଭେମାନେ କିପରି ଠିଆ ହେବା?”