ଦ୍ୱିତୀୟ ରାଜାବଳୀ 10

ପୁଣି ଯେହୂ ସମଗ୍ର ଇସ୍ରାଏଲ ମଧ୍ୟକୁ ଲୋକ ପଠାଇଲେ; ତହିଁରେ ବାଲ୍‍ର ପୂଜକ ସମସ୍ତେ ଆସିଲେ, ଯେ ନ ଆସିଲା, ଏପରି ଜଣେ ଅବଶିଷ୍ଟ ରହିଲା ନାହିଁ। ଆଉ ଲୋକମାନେ ବାଲ୍‍ର ମନ୍ଦିରକୁ ଆସନ୍ତେ, ବାଲ୍‍ର ମନ୍ଦିରର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ପୂର୍ଣ୍ଣ ହେଲା।

2 Kings 10:21 (UKJV) And Jehu sent through all Israel: and all the worshippers of Baal came, so that there was not a man left that came not. And they came into the house of Baal; and the house of Baal was full from one end to another.

19ଏହେତୁ ଏବେ ବାଲ୍‍ର ସମସ୍ତ ଭବିଷ୍ୟଦ୍‍ବକ୍ତାଙ୍କୁ ଓ ତାହାର ପୂଜକ ସମସ୍ତଙ୍କୁ ଓ ତାହାର ଯାଜକ ସମସ୍ତଙ୍କୁ ମୋʼ ନିକଟକୁ ଡାକ; କେହି ଅନୁପସ୍ଥିତ ନ ରହନ୍ତୁ; କାରଣ ବାଲ୍‍ ଉଦ୍ଦେଶ୍ୟରେ ମୋହର ଏକ ବଡ଼ ଯଜ୍ଞ କରିବାର ଅଛି; ଯେକେହି ଅନୁପସ୍ଥିତ ହେବ, ସେ ବଞ୍ଚିବ ନାହିଁ।” ମାତ୍ର ଯେହୂ ବାଲ୍‍ର ପୂଜକମାନଙ୍କୁ ବିନାଶ କରିବା ଅଭିପ୍ରାୟରେ ଏହା ଛଳ ଭାବରେ କଲେ।

20ଆଉ ଯେହୂ କହିଲେ, “ବାଲ୍‍ ଉଦ୍ଦେଶ୍ୟରେ ଏକ ପବିତ୍ର ମହାସଭା ନିରୂପଣ କର।” ତହୁଁ ସେମାନେ ତାହା ଘୋଷଣା କଲେ।

21ପୁଣି ଯେହୂ ସମଗ୍ର ଇସ୍ରାଏଲ ମଧ୍ୟକୁ ଲୋକ ପଠାଇଲେ; ତହିଁରେ ବାଲ୍‍ର ପୂଜକ ସମସ୍ତେ ଆସିଲେ, ଯେ ନ ଆସିଲା, ଏପରି ଜଣେ ଅବଶିଷ୍ଟ ରହିଲା ନାହିଁ। ଆଉ ଲୋକମାନେ ବାଲ୍‍ର ମନ୍ଦିରକୁ ଆସନ୍ତେ, ବାଲ୍‍ର ମନ୍ଦିରର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ପୂର୍ଣ୍ଣ ହେଲା।

22ତେବେ ସେ ବସ୍ତ୍ରାଗାରର ଅଧ୍ୟକ୍ଷଙ୍କୁ କହିଲେ, “ବାଲ୍‍ର ସମସ୍ତ ପୂଜକଙ୍କ ନିମନ୍ତେ ବସ୍ତ୍ର ବାହାର କରି ଆଣ।” ଏଥିରେ ସେ ବସ୍ତ୍ର ବାହାର କରି ଆଣିଲା।

23ତହିଁରେ ଯେହୂ ଓ ରେଖବର ପୁତ୍ର ଯିହୋନାଦବ୍‍ ବାଲ୍‍ ମନ୍ଦିରକୁ ଗଲେ; ଆଉ ସେ ବାଲ୍‍ର ପୂଜକମାନଙ୍କୁ କହିଲେ, “ଏଠାରେ ତୁମ୍ଭମାନଙ୍କ ମଧ୍ୟରେ ବାଲ୍‍ର ପୂଜକମାନଙ୍କ ବ୍ୟତୀତ ସଦାପ୍ରଭୁଙ୍କ ଦାସମାନଙ୍କ ମଧ୍ୟରୁ କେହି ଯେପରି ନ ଥାଏ, ଏଥିପାଇଁ ଖୋଜି ଦେଖ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.