21ପୁଣି ଯେହୂ ସମଗ୍ର ଇସ୍ରାଏଲ ମଧ୍ୟକୁ ଲୋକ ପଠାଇଲେ; ତହିଁରେ ବାଲ୍ର ପୂଜକ ସମସ୍ତେ ଆସିଲେ, ଯେ ନ ଆସିଲା, ଏପରି ଜଣେ ଅବଶିଷ୍ଟ ରହିଲା ନାହିଁ। ଆଉ ଲୋକମାନେ ବାଲ୍ର ମନ୍ଦିରକୁ ଆସନ୍ତେ, ବାଲ୍ର ମନ୍ଦିରର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ପୂର୍ଣ୍ଣ ହେଲା।
22ତେବେ ସେ ବସ୍ତ୍ରାଗାରର ଅଧ୍ୟକ୍ଷଙ୍କୁ କହିଲେ, “ବାଲ୍ର ସମସ୍ତ ପୂଜକଙ୍କ ନିମନ୍ତେ ବସ୍ତ୍ର ବାହାର କରି ଆଣ।” ଏଥିରେ ସେ ବସ୍ତ୍ର ବାହାର କରି ଆଣିଲା।
23ତହିଁରେ ଯେହୂ ଓ ରେଖବର ପୁତ୍ର ଯିହୋନାଦବ୍ ବାଲ୍ ମନ୍ଦିରକୁ ଗଲେ; ଆଉ ସେ ବାଲ୍ର ପୂଜକମାନଙ୍କୁ କହିଲେ, “ଏଠାରେ ତୁମ୍ଭମାନଙ୍କ ମଧ୍ୟରେ ବାଲ୍ର ପୂଜକମାନଙ୍କ ବ୍ୟତୀତ ସଦାପ୍ରଭୁଙ୍କ ଦାସମାନଙ୍କ ମଧ୍ୟରୁ କେହି ଯେପରି ନ ଥାଏ, ଏଥିପାଇଁ ଖୋଜି ଦେଖ।”
24ଏଥିଉତ୍ତାରେ ସେମାନେ ବଳିଦାନ ଓ ହୋମ କରିବାକୁ ଭିତରକୁ ଗଲେ। ଯେହୂ ଆପଣାର ଅଶୀ ଜଣକୁ ବାହାରେ ନିଯୁକ୍ତ କରି କହିଥିଲେ, “ମୁଁ ଯେଉଁ ଲୋକମାନଙ୍କୁ ତୁମ୍ଭମାନଙ୍କର ହସ୍ତଗତ କରାଇବି, ସେମାନଙ୍କ ମଧ୍ୟରୁ କେହି ଯେବେ ପଳାଏ, ତେବେ ଯେ ତାହାକୁ ଛାଡ଼ିଦିଏ, ତାହାର ପ୍ରାଣ ସେ ଲୋକର ପ୍ରାଣର ବଦଳ ହେବ।”
25ଏଥିଉତ୍ତାରେ ଯେହୂ ହୋମବଳି ଉତ୍ସର୍ଗ ଶେଷ କରିବା କ୍ଷଣେ, ସେ ପ୍ରହରୀ ଓ ସେନାପତିମାନଙ୍କୁ କହିଲେ, “ଭିତରକୁ ଯାଅ, ସେମାନଙ୍କୁ ବଧ କର; କାହାକୁ ବାହାରକୁ ଆସିବାକୁ ଦିଅ ନାହିଁ।” ତହୁଁ ସେମାନେ ଖଡ୍ଗଧାରରେ ସେମାନଙ୍କୁ ବଧ କଲେ; ଆଉ ପ୍ରହରୀ ଓ ସେନାପତିମାନେ ସେମାନଙ୍କୁ ବାହାରେ ପକାଇଦେଇ ବାଲ୍ ମନ୍ଦିରର ଗୃହକୁ ଗଲେ।