ଦ୍ୱିତୀୟ ରାଜାବଳୀ 10

ପୁଣି ସେମାନେ ବାଲ୍‍ ମନ୍ଦିରରୁ ସ୍ତମ୍ଭମାନ ବାହାର କରି ଆଣି ପୋଡ଼ି ପକାଇଲେ।

2 Kings 10:26 (UKJV) And they brought forth the images out of the house of Baal, and burned them.

24ଏଥିଉତ୍ତାରେ ସେମାନେ ବଳିଦାନ ଓ ହୋମ କରିବାକୁ ଭିତରକୁ ଗଲେ। ଯେହୂ ଆପଣାର ଅଶୀ ଜଣକୁ ବାହାରେ ନିଯୁକ୍ତ କରି କହିଥିଲେ, “ମୁଁ ଯେଉଁ ଲୋକମାନଙ୍କୁ ତୁମ୍ଭମାନଙ୍କର ହସ୍ତଗତ କରାଇବି, ସେମାନଙ୍କ ମଧ୍ୟରୁ କେହି ଯେବେ ପଳାଏ, ତେବେ ଯେ ତାହାକୁ ଛାଡ଼ିଦିଏ, ତାହାର ପ୍ରାଣ ସେ ଲୋକର ପ୍ରାଣର ବଦଳ ହେବ।”

25ଏଥିଉତ୍ତାରେ ଯେହୂ ହୋମବଳି ଉତ୍ସର୍ଗ ଶେଷ କରିବା କ୍ଷଣେ, ସେ ପ୍ରହରୀ ଓ ସେନାପତିମାନଙ୍କୁ କହିଲେ, “ଭିତରକୁ ଯାଅ, ସେମାନଙ୍କୁ ବଧ କର; କାହାକୁ ବାହାରକୁ ଆସିବାକୁ ଦିଅ ନାହିଁ।” ତହୁଁ ସେମାନେ ଖଡ୍ଗଧାରରେ ସେମାନଙ୍କୁ ବଧ କଲେ; ଆଉ ପ୍ରହରୀ ଓ ସେନାପତିମାନେ ସେମାନଙ୍କୁ ବାହାରେ ପକାଇଦେଇ ବାଲ୍‍ ମନ୍ଦିରର ଗୃହକୁ ଗଲେ।

26ପୁଣି ସେମାନେ ବାଲ୍‍ ମନ୍ଦିରରୁ ସ୍ତମ୍ଭମାନ ବାହାର କରି ଆଣି ପୋଡ଼ି ପକାଇଲେ।

27ଆଉ ବାଲ୍‍ର ସ୍ତମ୍ଭ ଭାଙ୍ଗି ପକାଇଲେ ଓ ବାଲ୍‍ର ମନ୍ଦିର ଭାଙ୍ଗି ପକାଇ ତାକୁ ମଳଗୃହ କଲେ, ତାହା ଆଜି ପର୍ଯ୍ୟନ୍ତ ଅଛି।

28ଏହି ପ୍ରକାରେ ଯେହୂ ଇସ୍ରାଏଲ ମଧ୍ୟରୁ ବାଲ୍‍କୁ ଉଚ୍ଛିନ୍ନ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.