25ଏଥିଉତ୍ତାରେ ଯେହୂ ହୋମବଳି ଉତ୍ସର୍ଗ ଶେଷ କରିବା କ୍ଷଣେ, ସେ ପ୍ରହରୀ ଓ ସେନାପତିମାନଙ୍କୁ କହିଲେ, “ଭିତରକୁ ଯାଅ, ସେମାନଙ୍କୁ ବଧ କର; କାହାକୁ ବାହାରକୁ ଆସିବାକୁ ଦିଅ ନାହିଁ।” ତହୁଁ ସେମାନେ ଖଡ୍ଗଧାରରେ ସେମାନଙ୍କୁ ବଧ କଲେ; ଆଉ ପ୍ରହରୀ ଓ ସେନାପତିମାନେ ସେମାନଙ୍କୁ ବାହାରେ ପକାଇଦେଇ ବାଲ୍ ମନ୍ଦିରର ଗୃହକୁ ଗଲେ।
26ପୁଣି ସେମାନେ ବାଲ୍ ମନ୍ଦିରରୁ ସ୍ତମ୍ଭମାନ ବାହାର କରି ଆଣି ପୋଡ଼ି ପକାଇଲେ।
27ଆଉ ବାଲ୍ର ସ୍ତମ୍ଭ ଭାଙ୍ଗି ପକାଇଲେ ଓ ବାଲ୍ର ମନ୍ଦିର ଭାଙ୍ଗି ପକାଇ ତାକୁ ମଳଗୃହ କଲେ, ତାହା ଆଜି ପର୍ଯ୍ୟନ୍ତ ଅଛି।
28ଏହି ପ୍ରକାରେ ଯେହୂ ଇସ୍ରାଏଲ ମଧ୍ୟରୁ ବାଲ୍କୁ ଉଚ୍ଛିନ୍ନ କଲେ।
29ତଥାପି ବେଥେଲ୍ ଓ ଦାନ୍ରେ ଥିବା ଯେଉଁ ସୁବର୍ଣ୍ଣ ଗୋବତ୍ସ ଦ୍ୱାରା ନବାଟର ପୁତ୍ର ଯାରବୀୟାମ ଇସ୍ରାଏଲକୁ ପାପ କରାଇଥିଲେ, ଯେହୂ ତାଙ୍କର ସେହି ପାପାନୁଗମନ ତ୍ୟାଗ କଲେ ନାହିଁ।