27ଆଉ ବାଲ୍ର ସ୍ତମ୍ଭ ଭାଙ୍ଗି ପକାଇଲେ ଓ ବାଲ୍ର ମନ୍ଦିର ଭାଙ୍ଗି ପକାଇ ତାକୁ ମଳଗୃହ କଲେ, ତାହା ଆଜି ପର୍ଯ୍ୟନ୍ତ ଅଛି।
28ଏହି ପ୍ରକାରେ ଯେହୂ ଇସ୍ରାଏଲ ମଧ୍ୟରୁ ବାଲ୍କୁ ଉଚ୍ଛିନ୍ନ କଲେ।
29ତଥାପି ବେଥେଲ୍ ଓ ଦାନ୍ରେ ଥିବା ଯେଉଁ ସୁବର୍ଣ୍ଣ ଗୋବତ୍ସ ଦ୍ୱାରା ନବାଟର ପୁତ୍ର ଯାରବୀୟାମ ଇସ୍ରାଏଲକୁ ପାପ କରାଇଥିଲେ, ଯେହୂ ତାଙ୍କର ସେହି ପାପାନୁଗମନ ତ୍ୟାଗ କଲେ ନାହିଁ।
30ଏଥିଉତ୍ତାରେ ସଦାପ୍ରଭୁ ଯେହୂଙ୍କୁ କହିଲେ, “ଆମ୍ଭ ଦୃଷ୍ଟିରେ ଯାହା ଯଥାର୍ଥ, ତାହା ସାଧନ କରି ତୁମ୍ଭେ ଭଲ କରିଅଛ ଓ ଆମ୍ଭ ମନରେ ଯାହା ଯାହା ଥିଲା, ତଦନୁସାରେ ତୁମ୍ଭେ ଆହାବ-ବଂଶ ପ୍ରତି କରିଅଛ, ଏହେତୁ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ତୁମ୍ଭର ସନ୍ତାନମାନେ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବେ।”
31ତଥାପି ଯେହୂ ଆପଣାର ସର୍ବାନ୍ତଃକରଣ ସହିତ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ବ୍ୟବସ୍ଥାନୁସାରେ ଚାଲିବାକୁ କିଛି ମନୋଯୋଗ କଲେ ନାହିଁ; ଯାରବୀୟାମ ଇସ୍ରାଏଲକୁ ଯେଉଁ ପାପ କରାଇଥିଲେ, ତାଙ୍କର ସେହି ପାପ ସେ ପରିତ୍ୟାଗ କଲେ ନାହିଁ।