ଦ୍ୱିତୀୟ ରାଜାବଳୀ 10

ଏହେତୁ ତୁମ୍ଭମାନଙ୍କ ନିକଟରେ ଏହି ପତ୍ର ଉପସ୍ଥିତ ହେବା ମାତ୍ରେ ତୁମ୍ଭେମାନେ ଆପଣା ପ୍ରଭୁର ପୁତ୍ରଗଣ ମଧ୍ୟରୁ ସର୍ବାପେକ୍ଷା ଉତ୍ତମ ଓ ଉପଯୁକ୍ତ ଜଣକୁ ବାଛ ଓ ତାହାକୁ ତାହାର ପିତାର ସିଂହାସନରେ ବସାଅ ଓ ତୁମ୍ଭେମାନେ ଆପଣା ପ୍ରଭୁର ବଂଶ ପକ୍ଷରେ ଯୁଦ୍ଧ କର।”

2 Kings 10:3 (UKJV) Look even out the best and fittest of your master's sons, and set him on his father's throne, and fight for your master's house.

1ଶମରୀୟାରେ ଆହାବଙ୍କର ସତୁରି ପୁତ୍ର ଥିଲେ। ଏଣୁ ଯେହୂ ଶମରୀୟାରେ ଯିଷ୍ରିୟେଲର ଅଧ୍ୟକ୍ଷଗଣ, ପ୍ରାଚୀନମାନଙ୍କୁ ଓ ଆହାବଙ୍କର ପୁତ୍ରମାନଙ୍କ ପ୍ରତିପାଳକମାନଙ୍କ ନିକଟକୁ ଏହିପରି ପତ୍ରମାନ ଲେଖି ପଠାଇଲେ, ଯଥା,

2“ତୁମ୍ଭମାନଙ୍କ ପ୍ରଭୁର ପୁତ୍ରଗଣ ତୁମ୍ଭମାନଙ୍କ ନିକଟରେ ଅଛନ୍ତି, ପୁଣି ରଥ ଓ ଅଶ୍ୱଗଣ, ମଧ୍ୟ ଏକ ପ୍ରାଚୀର-ବେଷ୍ଟିତ ନଗର ଓ ଅସ୍ତ୍ରଶସ୍ତ୍ର ତୁମ୍ଭମାନଙ୍କର ହସ୍ତଗତ ଅଛି।

3ଏହେତୁ ତୁମ୍ଭମାନଙ୍କ ନିକଟରେ ଏହି ପତ୍ର ଉପସ୍ଥିତ ହେବା ମାତ୍ରେ ତୁମ୍ଭେମାନେ ଆପଣା ପ୍ରଭୁର ପୁତ୍ରଗଣ ମଧ୍ୟରୁ ସର୍ବାପେକ୍ଷା ଉତ୍ତମ ଓ ଉପଯୁକ୍ତ ଜଣକୁ ବାଛ ଓ ତାହାକୁ ତାହାର ପିତାର ସିଂହାସନରେ ବସାଅ ଓ ତୁମ୍ଭେମାନେ ଆପଣା ପ୍ରଭୁର ବଂଶ ପକ୍ଷରେ ଯୁଦ୍ଧ କର।”

4ମାତ୍ର ସେମାନେ ଅତିଶୟ ଭୀତ ହୋଇ କହିଲେ, “ଦେଖ, ସେ ଦୁଇ ରାଜା ତାହା ସମ୍ମୁଖରେ ଠିଆ ହୋଇ ପାରିଲେ ନାହିଁ; ତେବେ ଆମ୍ଭେମାନେ କିପରି ଠିଆ ହେବା?”

5ଏହେତୁ ଗୃହାଧ୍ୟକ୍ଷ ଓ ନଗରାଧ୍ୟକ୍ଷ, ମଧ୍ୟ ପ୍ରାଚୀନମାନେ ଓ ସନ୍ତାନଗଣର ପ୍ରତିପାଳକମାନେ ଯେହୂଙ୍କ ନିକଟକୁ ଏହି କଥା କହି ପଠାଇଲେ, “ଆମ୍ଭେମାନେ ଆପଣଙ୍କର ଦାସ ଓ ଆପଣ ଆମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରିବେ, ଆମ୍ଭେମାନେ ତାହାସବୁ କରିବୁ; ଆମ୍ଭେମାନେ କୌଣସି ଲୋକକୁ ରାଜା କରିବୁ ନାହିଁ; ଆପଣଙ୍କ ଦୃଷ୍ଟିରେ ଯାହା ଭଲ, ତାହା ଆପଣ କରନ୍ତୁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.