ଦ୍ୱିତୀୟ ରାଜାବଳୀ 10

ଯେହୂଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କ୍ରିୟା ଓ ତାଙ୍କର ସମସ୍ତ ପରାକ୍ରମ କʼଣ ଇସ୍ରାଏଲର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?

2 Kings 10:34 (UKJV) Now the rest of the acts of Jehu, and all that he did, and all his might, are they not written in the book of the chronicles of the kings of Israel?

32ସେସମୟରେ ସଦାପ୍ରଭୁ ଇସ୍ରାଏଲକୁ ଊଣା କରିବାକୁ ଲାଗିଲେ; ପୁଣି ହସାୟେଲ ଇସ୍ରାଏଲର ସମସ୍ତ ସୀମାରେ ସେମାନଙ୍କୁ ଆଘାତ କଲା;

33ଯର୍ଦ୍ଦନଠାରୁ ପୂର୍ବ ଦିଗରେ ସମସ୍ତ ଗିଲୀୟଦ ଦେଶ, ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଗାଦ୍‍ ଓ ରୁବେନ୍‍ ଓ ମନଃଶି-ବଂଶୀୟ ଲୋକମାନଙ୍କ ଦେଶ, ଅର୍ଥାତ୍‍, ଗିଲୀୟଦ ଓ ବାଶନକୁ ଆଘାତ କଲା।

34ଯେହୂଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କ୍ରିୟା ଓ ତାଙ୍କର ସମସ୍ତ ପରାକ୍ରମ କʼଣ ଇସ୍ରାଏଲର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?

35ପୁଣି ଯେହୂଙ୍କ ମୃତ୍ୟୁ ପରେ, ଲୋକମାନେ ତାଙ୍କୁ ଶମରୀୟାରେ କବର ଦେଲେ। ତହିଁ ଉତ୍ତାରେ ତାଙ୍କର ପୁତ୍ର ଯିହୋୟାହସ୍‍ ତାଙ୍କ ପଦରେ ରାଜ୍ୟ କଲେ।

36ଶମରୀୟାରେ ଇସ୍ରାଏଲ ଉପରେ ଯେହୂଙ୍କର ରାଜ୍ୟ କରିବାର ସମୟ ଅଠାଇଶ ବର୍ଷ ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.