14ପୁଣି ସେ ଦୃଷ୍ଟିପାତ କରନ୍ତେ, ଦେଖ, ରାଜା ବିଧି ଅନୁସାରେ ସ୍ତମ୍ଭ ନିକଟରେ ଠିଆ ହୋଇଅଛନ୍ତି ଓ ରାଜାଙ୍କ ନିକଟରେ ସେନାପତିମାନେ ଓ ତୂରୀବାଦକମାନେ ଅଛନ୍ତି; ପୁଣି ଦେଶର ସମଗ୍ର ଲୋକ ଆନନ୍ଦ କରୁଅଛନ୍ତି ଓ ତୂରୀ ବଜାଉଅଛନ୍ତି। ଏଥିରେ ଅଥଲୀୟା ଆପଣା ବସ୍ତ୍ର ଚିରି “ରାଜଦ୍ରୋହ ରାଜଦ୍ରୋହ!” ବୋଲି ଡାକ ପକାଇଲା।
15ଏଥିରେ ଯିହୋୟାଦା ଯାଜକ ସୈନ୍ୟ ଉପରେ ନିଯୁକ୍ତ ଶତପତିମାନଙ୍କୁ ଆଜ୍ଞା ଦେଇ କହିଲା, “ସୈନ୍ୟଶ୍ରେଣୀର ମଧ୍ୟଦେଇ ଏହାକୁ ବାହାରକୁ ନେଇଯାଅ ଓ ଯେ ତାହାର ପଶ୍ଚାଦ୍ଗାମୀ ହୁଏ, ତାହାକୁ ଖଡ୍ଗରେ ବଧ କର।” କାରଣ ଯାଜକ କହିଲା, “ସେ ସଦାପ୍ରଭୁଙ୍କ ଗୃହ ଭିତରେ ହତ ନ ହେଉ।”
16ତହୁଁ ସେମାନେ ତାହା ପାଇଁ ପଥ ଛାଡ଼ନ୍ତେ, ସେ ରାଜଗୃହକୁ ଯିବା ଅଶ୍ୱଦ୍ୱାରର ପଥ ଦେଇ ଗଲା ଓ ସେଠାରେ ହତ ହେଲା।
17ଏଥିଉତ୍ତାରେ ସମସ୍ତେ ଯେପରି ସଦାପ୍ରଭୁଙ୍କର ଲୋକ ହେବେ, ଏଥିପାଇଁ ଯିହୋୟାଦା ସଦାପ୍ରଭୁଙ୍କର ଏବଂ ରାଜା ଓ ଲୋକମାନଙ୍କ ମଧ୍ୟରେ ଏକ ନିୟମ କଲା; ରାଜା ଓ ଲୋକମାନଙ୍କ ମଧ୍ୟରେ ହିଁ ନିୟମ କଲା।
18ଏଥିଉତ୍ତାରେ ଦେଶର ସମଗ୍ର ଲୋକ ବାଲ୍ ମନ୍ଦିରକୁ ଯାଇ ତାହା ଭାଙ୍ଗି ପକାଇଲେ; ସେମାନେ ତାହାର ଯଜ୍ଞବେଦି ଓ ତାହାର ପ୍ରତିମାସବୁ ସମ୍ପୂର୍ଣ୍ଣ ରୂପେ ଚୂର୍ଣ୍ଣ କଲେ ଓ ଯଜ୍ଞବେଦିମାନର ସମ୍ମୁଖରେ ବାଲ୍ର ଯାଜକ ମତ୍ତନକୁ ବଧ କଲେ। ପୁଣି ଯାଜକ ସଦାପ୍ରଭୁଙ୍କ ଗୃହରେ କର୍ମଚାରୀମାନଙ୍କୁ ନିଯୁକ୍ତ କଲା।