17ଏଥିଉତ୍ତାରେ ସମସ୍ତେ ଯେପରି ସଦାପ୍ରଭୁଙ୍କର ଲୋକ ହେବେ, ଏଥିପାଇଁ ଯିହୋୟାଦା ସଦାପ୍ରଭୁଙ୍କର ଏବଂ ରାଜା ଓ ଲୋକମାନଙ୍କ ମଧ୍ୟରେ ଏକ ନିୟମ କଲା; ରାଜା ଓ ଲୋକମାନଙ୍କ ମଧ୍ୟରେ ହିଁ ନିୟମ କଲା।
18ଏଥିଉତ୍ତାରେ ଦେଶର ସମଗ୍ର ଲୋକ ବାଲ୍ ମନ୍ଦିରକୁ ଯାଇ ତାହା ଭାଙ୍ଗି ପକାଇଲେ; ସେମାନେ ତାହାର ଯଜ୍ଞବେଦି ଓ ତାହାର ପ୍ରତିମାସବୁ ସମ୍ପୂର୍ଣ୍ଣ ରୂପେ ଚୂର୍ଣ୍ଣ କଲେ ଓ ଯଜ୍ଞବେଦିମାନର ସମ୍ମୁଖରେ ବାଲ୍ର ଯାଜକ ମତ୍ତନକୁ ବଧ କଲେ। ପୁଣି ଯାଜକ ସଦାପ୍ରଭୁଙ୍କ ଗୃହରେ କର୍ମଚାରୀମାନଙ୍କୁ ନିଯୁକ୍ତ କଲା।
19ପୁଣି ଯିହୋୟାଦା ଶତପତିମାନଙ୍କୁ ଓ କରୀୟମାନଙ୍କୁ ଓ ପ୍ରହରୀବର୍ଗକୁ ଓ ଦେଶର ସମଗ୍ର ଲୋକଙ୍କୁ ନେଲା; ତହୁଁ ସେମାନେ ସଦାପ୍ରଭୁଙ୍କ ଗୃହରୁ ରାଜାଙ୍କୁ ଆଣି ପ୍ରହରୀବର୍ଗର ଦ୍ୱାର ଦେଇ ରାଜଗୃହକୁ ଆସିଲେ। ଏଥିରେ ଯୋୟାଶ୍ ରାଜସିଂହାସନରେ ଉପବିଷ୍ଟ ହେଲେ।
20ଏହିରୂପେ ଦେଶର ସମୁଦାୟ ଲୋକ ଆନନ୍ଦ କଲେ ଓ ନଗର ସୁସ୍ଥିର ହେଲା; ଆଉ ସେମାନେ ରାଜଗୃହ ନିକଟରେ ଅଥଲୀୟାଙ୍କୁ ଖଡ୍ଗରେ ବଧ କଲେ।
21ଯୋୟାଶ୍ ସାତ ବର୍ଷ ବୟସରେ ରାଜ୍ୟ କରିବାକୁ ଆରମ୍ଭ କଲେ।