1ଯିହୁଦାର ଅହସୀୟ ରାଜାଙ୍କର ପୁତ୍ର ଯୋୟାଶ୍ଙ୍କ ରାଜତ୍ଵର ତେଇଶ ବର୍ଷରେ ଯେହୂଙ୍କର ପୁତ୍ର ଯିହୋୟାହସ୍ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି ସତର ବର୍ଷ ରାଜ୍ୟ କଲେ।
2ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ, ପୁଣି ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପାପର ଅନୁଗାମୀ ହେଲେ; ଯିହୋୟାହସ୍ ତହିଁରୁ ବିମୁଖ ହେଲେ ନାହିଁ।
3ଏଥିରେ ସଦାପ୍ରଭୁଙ୍କ କ୍ରୋଧ ଇସ୍ରାଏଲ ବିରୁଦ୍ଧରେ ପ୍ରଜ୍ୱଳିତ ହୁଅନ୍ତେ; ସେ ଅରାମର ରାଜା ହସାୟେଲ ହସ୍ତରେ ଓ ହସାୟେଲର ପୁତ୍ର ବିନ୍ହଦଦ୍ ହସ୍ତରେ ସେମାନଙ୍କୁ ନିତ୍ୟ ସମର୍ପଣ କଲେ।