10ଯିହୁଦାର ଯୋୟାଶ୍ ରାଜାଙ୍କ ରାଜତ୍ଵର ସଇଁତିରିଶ ବର୍ଷରେ ଯିହୋୟାହସ୍ଙ୍କ ପୁତ୍ର ଯୋୟାଶ୍ ଇସ୍ରାଏଲ ଉପରେ ଶମରୀୟାରେ ରାଜତ୍ୱ କରିବାକୁ ଆରମ୍ଭ କରି ଷୋଳ ବର୍ଷ ରାଜ୍ୟ କଲେ।
11ଆଉ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ ମାତ୍ର ସେ ତହିଁରେ ହିଁ ଚାଲିଲେ।
12ଏହି ଯୋୟାଶ୍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ଯେଉଁ ପରାକ୍ରମରେ ସେ ଯିହୁଦାର ରାଜା ଅମତ୍ସୀୟ ସଙ୍ଗେ ଯୁଦ୍ଧ କଲେ, ତାହାସବୁ କʼଣ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
13ଏଥିଉତ୍ତାରେ ଯୋୟାଶ୍ ମୃତ୍ୟୁବରଣ କଲେ। ତହିଁରେ ଯାରବୀୟାମ ତାଙ୍କ ସିଂହାସନରେ ଉପବିଷ୍ଟ ହେଲେ, ପୁଣି ଯୋୟାଶ୍ ଇସ୍ରାଏଲ ରାଜାମାନଙ୍କ ସହିତ ଶମରୀୟାରେ କବରପ୍ରାପ୍ତ ହେଲେ।
14ଇଲୀଶାୟ ଯେଉଁ ପୀଡ଼ାରେ ମଲେ, ସେହି ପୀଡ଼ାରେ ପୀଡ଼ିତ ହୁଅନ୍ତେ, ଇସ୍ରାଏଲର ରାଜା ଯୋୟାଶ୍ ତାଙ୍କ ନିକଟକୁ ଆସି ତାଙ୍କ ଉପରେ ରୋଦନ କରି କହିଲେ, “ହେ ଆମ୍ଭ ପିତଃ, ହେ ଆମ୍ଭ ପିତଃ, ହେ ଇସ୍ରାଏଲର ରଥ ଓ ତହିଁର ଅଶ୍ୱାରୋହୀଗଣ!”