ଦ୍ୱିତୀୟ ରାଜାବଳୀ 13

ଇଲୀଶାୟ ଯେଉଁ ପୀଡ଼ାରେ ମଲେ, ସେହି ପୀଡ଼ାରେ ପୀଡ଼ିତ ହୁଅନ୍ତେ, ଇସ୍ରାଏଲର ରାଜା ଯୋୟାଶ୍‍ ତାଙ୍କ ନିକଟକୁ ଆସି ତାଙ୍କ ଉପରେ ରୋଦନ କରି କହିଲେ, “ହେ ଆମ୍ଭ ପିତଃ, ହେ ଆମ୍ଭ ପିତଃ, ହେ ଇସ୍ରାଏଲର ରଥ ଓ ତହିଁର ଅଶ୍ୱାରୋହୀଗଣ!”

2 Kings 13:14 (UKJV) Now Elisha was fallen sick of his sickness whereof he died. And Joash the king of Israel came down unto him, and wept over his face, and said, O my father, my father, the chariot of Israel, and the horsemen thereof.

12ଏହି ଯୋୟାଶ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ଯେଉଁ ପରାକ୍ରମରେ ସେ ଯିହୁଦାର ରାଜା ଅମତ୍‍ସୀୟ ସଙ୍ଗେ ଯୁଦ୍ଧ କଲେ, ତାହାସବୁ କʼଣ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?

13ଏଥିଉତ୍ତାରେ ଯୋୟାଶ୍‍ ମୃତ୍ୟୁବରଣ କଲେ। ତହିଁରେ ଯାରବୀୟାମ ତାଙ୍କ ସିଂହାସନରେ ଉପବିଷ୍ଟ ହେଲେ, ପୁଣି ଯୋୟାଶ୍‍ ଇସ୍ରାଏଲ ରାଜାମାନଙ୍କ ସହିତ ଶମରୀୟାରେ କବରପ୍ରାପ୍ତ ହେଲେ।

14ଇଲୀଶାୟ ଯେଉଁ ପୀଡ଼ାରେ ମଲେ, ସେହି ପୀଡ଼ାରେ ପୀଡ଼ିତ ହୁଅନ୍ତେ, ଇସ୍ରାଏଲର ରାଜା ଯୋୟାଶ୍‍ ତାଙ୍କ ନିକଟକୁ ଆସି ତାଙ୍କ ଉପରେ ରୋଦନ କରି କହିଲେ, “ହେ ଆମ୍ଭ ପିତଃ, ହେ ଆମ୍ଭ ପିତଃ, ହେ ଇସ୍ରାଏଲର ରଥ ଓ ତହିଁର ଅଶ୍ୱାରୋହୀଗଣ!”

15ଏଥିରେ ଇଲୀଶାୟ ତାଙ୍କୁ କହିଲେ, “ଧନୁ ଓ ତୀର ଧର,” ତହୁଁ ସେ ଧନୁ ଓ ତୀର ଧରିଲେ।

16ତେବେ ଇଲୀଶାୟ ଇସ୍ରାଏଲର ରାଜାଙ୍କୁ କହିଲେ, “ଧନୁ ଉପରେ ତୁମ୍ଭ ହାତ ଦିଅ,” ତହୁଁ ସେ ତହିଁ ଉପରେ ହାତ ଦେଲେ। ସେତେବେଳେ ଇଲୀଶାୟ ରାଜାଙ୍କ ହସ୍ତ ଉପରେ ଆପଣା ହସ୍ତ ରଖିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.