ଦ୍ୱିତୀୟ ରାଜାବଳୀ 13

ତେବେ ଇଲୀଶାୟ ଇସ୍ରାଏଲର ରାଜାଙ୍କୁ କହିଲେ, “ଧନୁ ଉପରେ ତୁମ୍ଭ ହାତ ଦିଅ,” ତହୁଁ ସେ ତହିଁ ଉପରେ ହାତ ଦେଲେ। ସେତେବେଳେ ଇଲୀଶାୟ ରାଜାଙ୍କ ହସ୍ତ ଉପରେ ଆପଣା ହସ୍ତ ରଖିଲେ।

2 Kings 13:16 (UKJV) And he said to the king of Israel, Put yours hand upon the bow. And he put his hand upon it: and Elisha put his hands upon the king's hands.

14ଇଲୀଶାୟ ଯେଉଁ ପୀଡ଼ାରେ ମଲେ, ସେହି ପୀଡ଼ାରେ ପୀଡ଼ିତ ହୁଅନ୍ତେ, ଇସ୍ରାଏଲର ରାଜା ଯୋୟାଶ୍‍ ତାଙ୍କ ନିକଟକୁ ଆସି ତାଙ୍କ ଉପରେ ରୋଦନ କରି କହିଲେ, “ହେ ଆମ୍ଭ ପିତଃ, ହେ ଆମ୍ଭ ପିତଃ, ହେ ଇସ୍ରାଏଲର ରଥ ଓ ତହିଁର ଅଶ୍ୱାରୋହୀଗଣ!”

15ଏଥିରେ ଇଲୀଶାୟ ତାଙ୍କୁ କହିଲେ, “ଧନୁ ଓ ତୀର ଧର,” ତହୁଁ ସେ ଧନୁ ଓ ତୀର ଧରିଲେ।

16ତେବେ ଇଲୀଶାୟ ଇସ୍ରାଏଲର ରାଜାଙ୍କୁ କହିଲେ, “ଧନୁ ଉପରେ ତୁମ୍ଭ ହାତ ଦିଅ,” ତହୁଁ ସେ ତହିଁ ଉପରେ ହାତ ଦେଲେ। ସେତେବେଳେ ଇଲୀଶାୟ ରାଜାଙ୍କ ହସ୍ତ ଉପରେ ଆପଣା ହସ୍ତ ରଖିଲେ।

17ଆଉ ଇଲୀଶାୟ କହିଲେ, “ପୂର୍ବଆଡ଼ ଝରକା ଫିଟାଅ,” ତହିଁରେ ସେ ତାହା ଫିଟାଇଲେ। ତେବେ ଇଲୀଶାୟ କହିଲେ, “ତୀର ମାର,” ତହିଁରେ ସେ ତୀର ମାରିଲେ। ଏଥିରେ ଇଲୀଶାୟ କହିଲେ, “ସଦାପ୍ରଭୁଙ୍କର ଜୟତୀର, ଅରାମର ବିପକ୍ଷ ଜୟତୀର, କାରଣ ତୁମ୍ଭେ ଅଫେକରେ ଅରାମୀୟମାନଙ୍କୁ ନିଃଶେଷ କରିବା ପର୍ଯ୍ୟନ୍ତ ସେମାନଙ୍କୁ ସଂହାର କରିବ।”

18ଆହୁରି ସେ କହିଲେ, “ତୀରସବୁ ନିଅ,” ତହିଁରେ ସେ ତାହାସବୁ ନେଲେ। ତହୁଁ ସେ ଇସ୍ରାଏଲର ରାଜାଙ୍କୁ କହିଲେ, “ଭୂମିକୁ ଆଘାତ କର,” ତହିଁରେ ସେ ତିନି ଥର ଆଘାତ କରି ନିବୃତ୍ତ ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.