16ତେବେ ଇଲୀଶାୟ ଇସ୍ରାଏଲର ରାଜାଙ୍କୁ କହିଲେ, “ଧନୁ ଉପରେ ତୁମ୍ଭ ହାତ ଦିଅ,” ତହୁଁ ସେ ତହିଁ ଉପରେ ହାତ ଦେଲେ। ସେତେବେଳେ ଇଲୀଶାୟ ରାଜାଙ୍କ ହସ୍ତ ଉପରେ ଆପଣା ହସ୍ତ ରଖିଲେ।
17ଆଉ ଇଲୀଶାୟ କହିଲେ, “ପୂର୍ବଆଡ଼ ଝରକା ଫିଟାଅ,” ତହିଁରେ ସେ ତାହା ଫିଟାଇଲେ। ତେବେ ଇଲୀଶାୟ କହିଲେ, “ତୀର ମାର,” ତହିଁରେ ସେ ତୀର ମାରିଲେ। ଏଥିରେ ଇଲୀଶାୟ କହିଲେ, “ସଦାପ୍ରଭୁଙ୍କର ଜୟତୀର, ଅରାମର ବିପକ୍ଷ ଜୟତୀର, କାରଣ ତୁମ୍ଭେ ଅଫେକରେ ଅରାମୀୟମାନଙ୍କୁ ନିଃଶେଷ କରିବା ପର୍ଯ୍ୟନ୍ତ ସେମାନଙ୍କୁ ସଂହାର କରିବ।”
18ଆହୁରି ସେ କହିଲେ, “ତୀରସବୁ ନିଅ,” ତହିଁରେ ସେ ତାହାସବୁ ନେଲେ। ତହୁଁ ସେ ଇସ୍ରାଏଲର ରାଜାଙ୍କୁ କହିଲେ, “ଭୂମିକୁ ଆଘାତ କର,” ତହିଁରେ ସେ ତିନି ଥର ଆଘାତ କରି ନିବୃତ୍ତ ହେଲେ।
19ଏଥିରେ ପରମେଶ୍ୱରଙ୍କ ଲୋକ ତାଙ୍କ ପ୍ରତି କ୍ରୁଦ୍ଧ ହୋଇ କହିଲେ, “ତୁମ୍ଭେ ତ ପାଞ୍ଚ କି ଛଅ ଥର ଆଘାତ କରିଥାʼନ୍ତ; ତାହା କରିଥିଲେ, ତୁମ୍ଭେ ଅରାମକୁ ନିଃଶେଷ କରିବା ପର୍ଯ୍ୟନ୍ତ ଆଘାତ କରିଥାʼନ୍ତ; ମାତ୍ର ଏବେ ତୁମ୍ଭେ କେବଳ ତିନି ଥର ଅରାମକୁ ଆଘାତ କରିବ।”
20ଏଥିଉତ୍ତାରେ ଇଲୀଶାୟଙ୍କ ମୃତ୍ୟୁୁ ହୁଅନ୍ତେ, ଲୋକମାନେ ତାଙ୍କୁ କବର ଦେଲେ। ସେତେବେଳେ ମୋୟାବୀୟ ଲୁଟକାରୀ ଦଳ ବର୍ଷର ଆରମ୍ଭରେ ଦେଶ ଆକ୍ରମଣ କଲେ।