ଦ୍ୱିତୀୟ ରାଜାବଳୀ 13

ଯିହୋୟାହସ୍‍ଙ୍କ ଅଧିକାରର ସମସ୍ତ କାଳ ଅରାମର ରାଜା ହସାୟେଲ ଇସ୍ରାଏଲ ପ୍ରତି ଅତ୍ୟାଚାର କଲା।

2 Kings 13:22 (UKJV) But Hazael king of Syria oppressed Israel all the days of Jehoahaz.

20ଏଥିଉତ୍ତାରେ ଇଲୀଶାୟଙ୍କ ମୃତ୍ୟୁୁ ହୁଅନ୍ତେ, ଲୋକମାନେ ତାଙ୍କୁ କବର ଦେଲେ। ସେତେବେଳେ ମୋୟାବୀୟ ଲୁଟକାରୀ ଦଳ ବର୍ଷର ଆରମ୍ଭରେ ଦେଶ ଆକ୍ରମଣ କଲେ।

21ସେସମୟରେ ଲୋକମାନେ ଜଣେ ମନୁଷ୍ୟକୁ କବର ଦେବା ବେଳେ ଏପରି ଘଟିଲା ଯେ, ଦେଖ, ସେମାନେ ଏକ ଲୁଟକାରୀ ଦଳକୁ ଦୂରରୁ ଦେଖିଲେ। ତହିଁରେ ସେମାନେ ସେହି ମନୁଷ୍ୟକୁ ଇଲୀଶାୟଙ୍କର କବରରେ ପକାଇ ଦିଅନ୍ତେ, ସେ ମନୁଷ୍ୟ ଇଲୀଶାୟଙ୍କର ଅସ୍ଥି ସ୍ପର୍ଶ କରିବା ମାତ୍ରେ ସଜୀବ ହୋଇ ଆପଣା ଚରଣରେ ଠିଆ ହେଲା।

22ଯିହୋୟାହସ୍‍ଙ୍କ ଅଧିକାରର ସମସ୍ତ କାଳ ଅରାମର ରାଜା ହସାୟେଲ ଇସ୍ରାଏଲ ପ୍ରତି ଅତ୍ୟାଚାର କଲା।

23ମାତ୍ର ସଦାପ୍ରଭୁ ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ସହିତ ଆପଣା କୃତ ନିୟମ ସକାଶୁ ସେମାନଙ୍କ ପ୍ରତି ଅନୁଗ୍ରହ କଲେ ଓ ସେମାନଙ୍କ ଉପରେ ଦୟା ବହି ସେମାନଙ୍କ ପ୍ରତି ସୁଦୃଷ୍ଟି କଲେ, ଆଉ ସେମାନଙ୍କୁ ବିନାଶ କରିବାକୁ ଅସମ୍ମତ ହେଲେ ଓ ଏପର୍ଯ୍ୟନ୍ତ ଆପଣା ସମ୍ମୁଖରୁ ସେମାନଙ୍କୁ ଦୂର କଲେ ନାହିଁ।

24ଏଥିଉତ୍ତାରେ ଅରାମର ରାଜା ହସାୟେଲ ମଲା; ତହୁଁ ତାହାର ପୁତ୍ର ବିନ୍‍ହଦଦ୍‍ ତାହାର ପଦରେ ରାଜ୍ୟ କଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.