23ମାତ୍ର ସଦାପ୍ରଭୁ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ସହିତ ଆପଣା କୃତ ନିୟମ ସକାଶୁ ସେମାନଙ୍କ ପ୍ରତି ଅନୁଗ୍ରହ କଲେ ଓ ସେମାନଙ୍କ ଉପରେ ଦୟା ବହି ସେମାନଙ୍କ ପ୍ରତି ସୁଦୃଷ୍ଟି କଲେ, ଆଉ ସେମାନଙ୍କୁ ବିନାଶ କରିବାକୁ ଅସମ୍ମତ ହେଲେ ଓ ଏପର୍ଯ୍ୟନ୍ତ ଆପଣା ସମ୍ମୁଖରୁ ସେମାନଙ୍କୁ ଦୂର କଲେ ନାହିଁ।
24ଏଥିଉତ୍ତାରେ ଅରାମର ରାଜା ହସାୟେଲ ମଲା; ତହୁଁ ତାହାର ପୁତ୍ର ବିନ୍ହଦଦ୍ ତାହାର ପଦରେ ରାଜ୍ୟ କଲା।
25ପୁଣି ଯୋୟାଶ୍ଙ୍କର ପିତା ଯିହୋୟାହାସ୍ଙ୍କଠାରୁ ହସାୟେଲ ଯେ ଯେ ନଗର ଯୁଦ୍ଧରେ ନେଇଥିଲା, ସେହି ସକଳ ନଗର ଯିହୋୟାହସ୍ଙ୍କ ପୁତ୍ର ଯୋୟାଶ୍ ହସାୟେଲର ପୁତ୍ର ବିନ୍ହଦଦ୍ଠାରୁ ପୁନର୍ବାର ନେଲେ। ଯୋୟାଶ୍ ତାହାକୁ ତିନି ଥର ଆଘାତ କରି ଇସ୍ରାଏଲର ସେହି ସକଳ ନଗର ପୁନର୍ବାର ନେଲେ।