ଦ୍ୱିତୀୟ ରାଜାବଳୀ 13

ଏଥିରେ ସଦାପ୍ରଭୁଙ୍କ କ୍ରୋଧ ଇସ୍ରାଏଲ ବିରୁଦ୍ଧରେ ପ୍ରଜ୍ୱଳିତ ହୁଅନ୍ତେ; ସେ ଅରାମର ରାଜା ହସାୟେଲ ହସ୍ତରେ ଓ ହସାୟେଲର ପୁତ୍ର ବିନ୍‍ହଦଦ୍‍ ହସ୍ତରେ ସେମାନଙ୍କୁ ନିତ୍ୟ ସମର୍ପଣ କଲେ।

2 Kings 13:3 (UKJV) And the anger of the LORD was kindled against Israel, and he delivered them into the hand of Hazael king of Syria, and into the hand of Benhadad the son of Hazael, all their days.

1ଯିହୁଦାର ଅହସୀୟ ରାଜାଙ୍କର ପୁତ୍ର ଯୋୟାଶ୍‍ଙ୍କ ରାଜତ୍ଵର ତେଇଶ ବର୍ଷରେ ଯେହୂଙ୍କର ପୁତ୍ର ଯିହୋୟାହସ୍‍ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି ସତର ବର୍ଷ ରାଜ୍ୟ କଲେ।

2ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ, ପୁଣି ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପାପର ଅନୁଗାମୀ ହେଲେ; ଯିହୋୟାହସ୍‍ ତହିଁରୁ ବିମୁଖ ହେଲେ ନାହିଁ।

3ଏଥିରେ ସଦାପ୍ରଭୁଙ୍କ କ୍ରୋଧ ଇସ୍ରାଏଲ ବିରୁଦ୍ଧରେ ପ୍ରଜ୍ୱଳିତ ହୁଅନ୍ତେ; ସେ ଅରାମର ରାଜା ହସାୟେଲ ହସ୍ତରେ ଓ ହସାୟେଲର ପୁତ୍ର ବିନ୍‍ହଦଦ୍‍ ହସ୍ତରେ ସେମାନଙ୍କୁ ନିତ୍ୟ ସମର୍ପଣ କଲେ।

4ପୁଣି ଯିହୋୟାହସ୍‍ ସଦାପ୍ରଭୁଙ୍କ ନିକଟରେ ନିବେଦନ କରନ୍ତେ, ସଦାପ୍ରଭୁ ତାଙ୍କ ପ୍ରତି ମନୋଯୋଗ କଲେ; କାରଣ ଅରାମର ରାଜା ଇସ୍ରାଏଲ ପ୍ରତି କିପରି ଅତ୍ୟାଚାର କଲା, ସେମାନଙ୍କର ସେହି ଅତ୍ୟାଚାର ସେ ଦେଖିଲେ।

5ଯେହେତୁ ଅରାମର ରାଜା ଲୋକମାନଙ୍କ ମଧ୍ୟରୁ କେବଳ ପଚାଶ ଜଣ ଅଶ୍ୱାରୂଢ଼ ଓ ଦଶ ରଥ ଓ ଦଶ ସହସ୍ର ପଦାତିକ ଛଡ଼ା ଯିହୋୟାହସ୍‍ ନିମନ୍ତେ ଆଉ କାହାକୁ ଅବଶିଷ୍ଟ ନ ରଖି ସେମାନଙ୍କୁ ବିନଷ୍ଟ ଓ ମର୍ଦ୍ଦିତ ଧୂଳି ତୁଲ୍ୟ କରିଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.