ଦ୍ୱିତୀୟ ରାଜାବଳୀ 13

ଏଣୁ ସଦାପ୍ରଭୁ ଇସ୍ରାଏଲକୁ ଏକ ଉଦ୍ଧାରକର୍ତ୍ତା ଦେଲେ, ତହିଁରେ ସେମାନେ ଅରାମୀୟମାନଙ୍କ ହସ୍ତାଧୀନରୁ ବାହାରିଗଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ପୂର୍ବ ପରି ଆପଣା ଆପଣା ତମ୍ବୁରେ ବାସ କଲେ।

2 Kings 13:6 (UKJV) Nevertheless they departed not from the sins of the house of Jeroboam, who made Israel sin, but walked therein: and there remained the grove also in Samaria.)

4ପୁଣି ଯିହୋୟାହସ୍‍ ସଦାପ୍ରଭୁଙ୍କ ନିକଟରେ ନିବେଦନ କରନ୍ତେ, ସଦାପ୍ରଭୁ ତାଙ୍କ ପ୍ରତି ମନୋଯୋଗ କଲେ; କାରଣ ଅରାମର ରାଜା ଇସ୍ରାଏଲ ପ୍ରତି କିପରି ଅତ୍ୟାଚାର କଲା, ସେମାନଙ୍କର ସେହି ଅତ୍ୟାଚାର ସେ ଦେଖିଲେ।

5ଯେହେତୁ ଅରାମର ରାଜା ଲୋକମାନଙ୍କ ମଧ୍ୟରୁ କେବଳ ପଚାଶ ଜଣ ଅଶ୍ୱାରୂଢ଼ ଓ ଦଶ ରଥ ଓ ଦଶ ସହସ୍ର ପଦାତିକ ଛଡ଼ା ଯିହୋୟାହସ୍‍ ନିମନ୍ତେ ଆଉ କାହାକୁ ଅବଶିଷ୍ଟ ନ ରଖି ସେମାନଙ୍କୁ ବିନଷ୍ଟ ଓ ମର୍ଦ୍ଦିତ ଧୂଳି ତୁଲ୍ୟ କରିଥିଲା।

6ଏଣୁ ସଦାପ୍ରଭୁ ଇସ୍ରାଏଲକୁ ଏକ ଉଦ୍ଧାରକର୍ତ୍ତା ଦେଲେ, ତହିଁରେ ସେମାନେ ଅରାମୀୟମାନଙ୍କ ହସ୍ତାଧୀନରୁ ବାହାରିଗଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ପୂର୍ବ ପରି ଆପଣା ଆପଣା ତମ୍ବୁରେ ବାସ କଲେ।

7ତଥାପି ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ବଂଶର ସେହି ସବୁ ପାପରୁ ସେମାନେ ବିମୁଖ ହେଲେ ନାହିଁ, ମାତ୍ର ତହିଁରେ ହିଁ ଚାଲିଲେ। ପୁଣି ଶମରୀୟାରେ ଆଶେରା ମୂର୍ତ୍ତି ମଧ୍ୟ ରହିଲା।

8ଏହି ଯିହୋୟାହସ୍‍ଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ପରାକ୍ରମ କʼଣ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.