6ଏଣୁ ସଦାପ୍ରଭୁ ଇସ୍ରାଏଲକୁ ଏକ ଉଦ୍ଧାରକର୍ତ୍ତା ଦେଲେ, ତହିଁରେ ସେମାନେ ଅରାମୀୟମାନଙ୍କ ହସ୍ତାଧୀନରୁ ବାହାରିଗଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ପୂର୍ବ ପରି ଆପଣା ଆପଣା ତମ୍ବୁରେ ବାସ କଲେ।
7ତଥାପି ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ବଂଶର ସେହି ସବୁ ପାପରୁ ସେମାନେ ବିମୁଖ ହେଲେ ନାହିଁ, ମାତ୍ର ତହିଁରେ ହିଁ ଚାଲିଲେ। ପୁଣି ଶମରୀୟାରେ ଆଶେରା ମୂର୍ତ୍ତି ମଧ୍ୟ ରହିଲା।
8ଏହି ଯିହୋୟାହସ୍ଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ପରାକ୍ରମ କʼଣ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
9ଏଥିଉତ୍ତାରେ ଯିହୋୟାହସ୍ଙ୍କ ମୃତ୍ୟୁ ପରେ, ଲୋକମାନେ ତାଙ୍କୁ ଶମରୀୟାରେ କବର ଦେଲେ, ପୁଣି ତାଙ୍କର ପୁତ୍ର ଯୋୟାଶ୍ ତାଙ୍କର ପଦରେ ରାଜ୍ୟ କଲେ।
10ଯିହୁଦାର ଯୋୟାଶ୍ ରାଜାଙ୍କ ରାଜତ୍ଵର ସଇଁତିରିଶ ବର୍ଷରେ ଯିହୋୟାହସ୍ଙ୍କ ପୁତ୍ର ଯୋୟାଶ୍ ଇସ୍ରାଏଲ ଉପରେ ଶମରୀୟାରେ ରାଜତ୍ୱ କରିବାକୁ ଆରମ୍ଭ କରି ଷୋଳ ବର୍ଷ ରାଜ୍ୟ କଲେ।