1ଇସ୍ରାଏଲର ରାଜା ଯିହୋୟାହସ୍ଙ୍କ ପୁତ୍ର ଯୋୟାଶ୍ଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷରେ ଯିହୁଦାର ରାଜା ଯୋୟାଶ୍ଙ୍କ ପୁତ୍ର ଅମତ୍ସୀୟ ରାଜତ୍ୱ କରିବାକୁ ଆରମ୍ଭ କଲେ।
2ସେ ରାଜତ୍ୱ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଯିହୋୟଦ୍ଦନ୍, ସେ ଯିରୂଶାଲମ ନିବାସିନୀ ଥିଲେ।
3ପୁଣି ଅମତ୍ସୀୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ମାତ୍ର ଆପଣା ପୂର୍ବପୁରୁଷ ଦାଉଦଙ୍କ ପରି ନୁହେଁ; ସେ ଆପଣା ପିତା ଯୋୟାଶ୍ଙ୍କର କୃତ ସମସ୍ତ କର୍ମାନୁସାରେ କର୍ମ କଲେ।