9ତହିଁରେ ଇସ୍ରାଏଲର ରାଜା ଯୋୟାଶ୍ ଯିହୁଦାର ରାଜା ଅମତ୍ସୀୟଙ୍କ ନିକଟକୁ ଲୋକ ପଠାଇ କହିଲେ, “ଲିବାନୋନର କଣ୍ଟକଲତା ଲିବାନୋନର ଏରସ ବୃକ୍ଷ ନିକଟକୁ କହି ପଠାଇଲା, ‘ତୁମ୍ଭ କନ୍ୟାକୁ ଆମ୍ଭ ପୁତ୍ର ସଙ୍ଗେ ବିବାହ ଦିଅ,’ ଏଥିମଧ୍ୟରେ ଲିବାନୋନର ଏକ ବନ୍ୟ ପଶୁ ନିକଟ ଦେଇ ଯାଉ ଯାଉ ସେହି କଣ୍ଟକଲତାକୁ ଦଳି ପକାଇଲା।
10ପ୍ରକୃତରେ ତୁମ୍ଭେ ଇଦୋମକୁ ପରାସ୍ତ କରିଅଛ, ଆଉ ତୁମ୍ଭ ମନ ଗର୍ବିତ ହୋଇଅଛି; ସେହି ଗୌରବ ନେଇ ଘରେ ଥାଅ; ଆପଣାର ଅମଙ୍ଗଳ ପାଇଁ କାହିଁକି ବିରୋଧ କରିବ? ପୁଣି ତୁମ୍ଭେ ଓ ତୁମ୍ଭ ସଙ୍ଗେ ଯିହୁଦା, ଦୁହେଁ କାହିଁକି ପତିତ ହେବ?”
11ମାତ୍ର ଅମତ୍ସୀୟ ଶୁଣିଲେ ନାହିଁ। ଏଣୁ ଇସ୍ରାଏଲର ରାଜା ଯୋୟାଶ୍ ଗଲେ; ଆଉ ଯିହୁଦାର ଅଧିକାରସ୍ଥ ବେଥ୍-ଶେମଶରେ ସେ ଓ ଯିହୁଦା-ରାଜା ଅମତ୍ସୀୟ ପରସ୍ପର ମୁଖ ଦେଖାଦେଖି ହେଲେ।
12ଏଥିରେ ଇସ୍ରାଏଲ ସମ୍ମୁଖରେ ଯିହୁଦା ପରାସ୍ତ ହେଲା; ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ପଳାଇଲେ।
13ତହିଁରେ ଇସ୍ରାଏଲର ରାଜା ଯୋୟାଶ୍ ବେଥ୍-ଶେମଶରେ ଅହସୀୟଙ୍କର ପୌତ୍ର ଯୋୟାଶ୍ଙ୍କର ପୁତ୍ର ଯିହୁଦାର ରାଜା ଅମତ୍ସୀୟଙ୍କୁ ଧରି ଯିରୂଶାଲମକୁ ଆସିଲେ ଓ ଇଫ୍ରୟିମ ନଗର-ଦ୍ୱାରଠାରୁ କୋଣର ଦ୍ୱାର ପର୍ଯ୍ୟନ୍ତ ଯିରୂଶାଲମର ଚାରି ଶହ ହାତ ପ୍ରାଚୀର ଭାଙ୍ଗି ପକାଇଲେ।