11ମାତ୍ର ଅମତ୍ସୀୟ ଶୁଣିଲେ ନାହିଁ। ଏଣୁ ଇସ୍ରାଏଲର ରାଜା ଯୋୟାଶ୍ ଗଲେ; ଆଉ ଯିହୁଦାର ଅଧିକାରସ୍ଥ ବେଥ୍-ଶେମଶରେ ସେ ଓ ଯିହୁଦା-ରାଜା ଅମତ୍ସୀୟ ପରସ୍ପର ମୁଖ ଦେଖାଦେଖି ହେଲେ।
12ଏଥିରେ ଇସ୍ରାଏଲ ସମ୍ମୁଖରେ ଯିହୁଦା ପରାସ୍ତ ହେଲା; ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ପଳାଇଲେ।
13ତହିଁରେ ଇସ୍ରାଏଲର ରାଜା ଯୋୟାଶ୍ ବେଥ୍-ଶେମଶରେ ଅହସୀୟଙ୍କର ପୌତ୍ର ଯୋୟାଶ୍ଙ୍କର ପୁତ୍ର ଯିହୁଦାର ରାଜା ଅମତ୍ସୀୟଙ୍କୁ ଧରି ଯିରୂଶାଲମକୁ ଆସିଲେ ଓ ଇଫ୍ରୟିମ ନଗର-ଦ୍ୱାରଠାରୁ କୋଣର ଦ୍ୱାର ପର୍ଯ୍ୟନ୍ତ ଯିରୂଶାଲମର ଚାରି ଶହ ହାତ ପ୍ରାଚୀର ଭାଙ୍ଗି ପକାଇଲେ।
14ପୁଣି ସେ ସଦାପ୍ରଭୁଙ୍କ ଗୃହରେ ଓ ରାଜଗୃହର ଭଣ୍ଡାରରେ ପ୍ରାପ୍ତ ସକଳ ସୁବର୍ଣ୍ଣ ଓ ରୌପ୍ୟ ଓ ସକଳ ପାତ୍ର, ମଧ୍ୟ ଲୋକମାନଙ୍କୁ ବନ୍ଧକ ରୂପେ ନେଇ ଶମରୀୟାକୁ ଫେରିଗଲେ।
15ଏହି ଯୋୟାଶ୍ଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ ଓ ତାଙ୍କର ପରାକ୍ରମ ଓ ସେ ଯିହୁଦାର ରାଜା ଅମତ୍ସୀୟଙ୍କ ସଙ୍ଗେ କିପ୍ରକାରେ ଯୁଦ୍ଧ କଲେ, ଏସବୁ କʼଣ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?