16ଏଥିଉତ୍ତାରେ ଯୋୟାଶ୍ ମୃତ୍ୟୁବରଣ କଲେ ଓ ଶମରୀୟାରେ ଇସ୍ରାଏଲ ରାଜାମାନଙ୍କ ସଙ୍ଗେ କବର ପାଇଲେ; ପୁଣି ତାଙ୍କର ପୁତ୍ର ଯାରବୀୟାମ ତାଙ୍କ ପଦରେ ରାଜ୍ୟ କଲେ।
17ପୁଣି ଇସ୍ରାଏଲର ରାଜା ଯିହୋୟାହସ୍ଙ୍କ ପୁତ୍ର ଯୋୟାଶ୍ଙ୍କର ମୃତ୍ୟୁୁ ଉତ୍ତାରେ ଯିହୁଦାର ରାଜା ଯୋୟାଶ୍ଙ୍କର ପୁତ୍ର ଅମତ୍ସୀୟ ପନ୍ଦର ବର୍ଷ ବଞ୍ଚିଲେ।
18ଏହି ଅମତ୍ସୀୟଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ କʼଣ ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
19ଏଥିଉତ୍ତାରେ ଲୋକମାନେ ଯିରୂଶାଲମରେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ, ତହିଁରେ ସେ ଲାଖୀଶ୍କୁ ପଳାଇଲେ। ମାତ୍ର ସେମାନେ ତାଙ୍କ ପଛେ ପଛେ ଲାଖୀଶ୍କୁ ଲୋକ ପଠାଇ ସେଠାରେ ତାଙ୍କୁ ବଧ କଲେ।
20ପୁଣି ସେମାନେ ଅଶ୍ୱମାନଙ୍କ ଉପରେ ରଖି ତାଙ୍କୁ ଆଣିଲେ ତହୁଁ ସେ ଯିରୂଶାଲମରେ ଆପଣା ପିତୃଗଣ ସହିତ ଦାଉଦ-ନଗରରେ କବର ପାଇଲେ।