ଦ୍ୱିତୀୟ ରାଜାବଳୀ 14

ଏଥିଉତ୍ତାରେ ଲୋକମାନେ ଯିରୂଶାଲମରେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ, ତହିଁରେ ସେ ଲାଖୀଶ୍‍କୁ ପଳାଇଲେ। ମାତ୍ର ସେମାନେ ତାଙ୍କ ପଛେ ପଛେ ଲାଖୀଶ୍‍କୁ ଲୋକ ପଠାଇ ସେଠାରେ ତାଙ୍କୁ ବଧ କଲେ।

2 Kings 14:19 (UKJV) Now they made a conspiracy against him in Jerusalem: and he fled to Lachish; but they sent after him to Lachish, and slew him there.

17ପୁଣି ଇସ୍ରାଏଲର ରାଜା ଯିହୋୟାହସ୍‍ଙ୍କ ପୁତ୍ର ଯୋୟାଶ୍‍ଙ୍କର ମୃତ୍ୟୁୁ ଉତ୍ତାରେ ଯିହୁଦାର ରାଜା ଯୋୟାଶ୍‍ଙ୍କର ପୁତ୍ର ଅମତ୍‍ସୀୟ ପନ୍ଦର ବର୍ଷ ବଞ୍ଚିଲେ।

18ଏହି ଅମତ୍‍ସୀୟଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ କʼଣ ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?

19ଏଥିଉତ୍ତାରେ ଲୋକମାନେ ଯିରୂଶାଲମରେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ, ତହିଁରେ ସେ ଲାଖୀଶ୍‍କୁ ପଳାଇଲେ। ମାତ୍ର ସେମାନେ ତାଙ୍କ ପଛେ ପଛେ ଲାଖୀଶ୍‍କୁ ଲୋକ ପଠାଇ ସେଠାରେ ତାଙ୍କୁ ବଧ କଲେ।

20ପୁଣି ସେମାନେ ଅଶ୍ୱମାନଙ୍କ ଉପରେ ରଖି ତାଙ୍କୁ ଆଣିଲେ ତହୁଁ ସେ ଯିରୂଶାଲମରେ ଆପଣା ପିତୃଗଣ ସହିତ ଦାଉଦ-ନଗରରେ କବର ପାଇଲେ।

21ଏଥିଉତ୍ତାରେ ଯିହୁଦାର ସମସ୍ତ ଲୋକ ଷୋଳ ବର୍ଷ ବୟସ୍କ ଅସରୀୟଙ୍କୁ ନେଇ ତାଙ୍କର ପିତା ଅମତ୍‍ସୀୟଙ୍କ ପଦରେ ରାଜା କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.