18ଏହି ଅମତ୍ସୀୟଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ କʼଣ ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
19ଏଥିଉତ୍ତାରେ ଲୋକମାନେ ଯିରୂଶାଲମରେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ, ତହିଁରେ ସେ ଲାଖୀଶ୍କୁ ପଳାଇଲେ। ମାତ୍ର ସେମାନେ ତାଙ୍କ ପଛେ ପଛେ ଲାଖୀଶ୍କୁ ଲୋକ ପଠାଇ ସେଠାରେ ତାଙ୍କୁ ବଧ କଲେ।
20ପୁଣି ସେମାନେ ଅଶ୍ୱମାନଙ୍କ ଉପରେ ରଖି ତାଙ୍କୁ ଆଣିଲେ ତହୁଁ ସେ ଯିରୂଶାଲମରେ ଆପଣା ପିତୃଗଣ ସହିତ ଦାଉଦ-ନଗରରେ କବର ପାଇଲେ।
21ଏଥିଉତ୍ତାରେ ଯିହୁଦାର ସମସ୍ତ ଲୋକ ଷୋଳ ବର୍ଷ ବୟସ୍କ ଅସରୀୟଙ୍କୁ ନେଇ ତାଙ୍କର ପିତା ଅମତ୍ସୀୟଙ୍କ ପଦରେ ରାଜା କଲେ।
22ରାଜା ଅମତ୍ସୀୟଙ୍କ ମୃତ୍ୟୁ ପରେ, ଅସରୀୟ ଏଲତ୍ ନଗର ଦୃଢ଼ କରି ତାହା ପୁନର୍ବାର ଯିହୁଦାର ଅଧୀନକୁ ଆଣିଲେ।