19ଏଥିଉତ୍ତାରେ ଲୋକମାନେ ଯିରୂଶାଲମରେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ, ତହିଁରେ ସେ ଲାଖୀଶ୍କୁ ପଳାଇଲେ। ମାତ୍ର ସେମାନେ ତାଙ୍କ ପଛେ ପଛେ ଲାଖୀଶ୍କୁ ଲୋକ ପଠାଇ ସେଠାରେ ତାଙ୍କୁ ବଧ କଲେ।
20ପୁଣି ସେମାନେ ଅଶ୍ୱମାନଙ୍କ ଉପରେ ରଖି ତାଙ୍କୁ ଆଣିଲେ ତହୁଁ ସେ ଯିରୂଶାଲମରେ ଆପଣା ପିତୃଗଣ ସହିତ ଦାଉଦ-ନଗରରେ କବର ପାଇଲେ।
21ଏଥିଉତ୍ତାରେ ଯିହୁଦାର ସମସ୍ତ ଲୋକ ଷୋଳ ବର୍ଷ ବୟସ୍କ ଅସରୀୟଙ୍କୁ ନେଇ ତାଙ୍କର ପିତା ଅମତ୍ସୀୟଙ୍କ ପଦରେ ରାଜା କଲେ।
22ରାଜା ଅମତ୍ସୀୟଙ୍କ ମୃତ୍ୟୁ ପରେ, ଅସରୀୟ ଏଲତ୍ ନଗର ଦୃଢ଼ କରି ତାହା ପୁନର୍ବାର ଯିହୁଦାର ଅଧୀନକୁ ଆଣିଲେ।
23ଯିହୁଦାର ରାଜା ଯୋୟାଶ୍ଙ୍କର ପୁତ୍ର ଅମତ୍ସୀୟଙ୍କ ରାଜତ୍ଵର ପନ୍ଦର ବର୍ଷରେ ଇସ୍ରାଏଲର ରାଜା ଯୋୟାଶ୍ଙ୍କର ପୁତ୍ର ଯାରବୀୟାମ ଶମରୀୟାରେ ରାଜତ୍ୱ କରିବାକୁ ଆରମ୍ଭ କରି ଏକଚାଳିଶ ବର୍ଷ ରାଜ୍ୟ କଲେ।