23ଯିହୁଦାର ରାଜା ଯୋୟାଶ୍ଙ୍କର ପୁତ୍ର ଅମତ୍ସୀୟଙ୍କ ରାଜତ୍ଵର ପନ୍ଦର ବର୍ଷରେ ଇସ୍ରାଏଲର ରାଜା ଯୋୟାଶ୍ଙ୍କର ପୁତ୍ର ଯାରବୀୟାମ ଶମରୀୟାରେ ରାଜତ୍ୱ କରିବାକୁ ଆରମ୍ଭ କରି ଏକଚାଳିଶ ବର୍ଷ ରାଜ୍ୟ କଲେ।
24ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ।
25ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅମିତ୍ତୟର ପୁତ୍ର ଗାଥ୍-ହେଫର ନିବାସୀ ଆପଣା ଦାସ ଯୂନସ ଭବିଷ୍ୟଦ୍ବକ୍ତାଙ୍କ ହସ୍ତରେ ଯାହା କହିଥିଲେ, ତାହାଙ୍କର ସେହି ବାକ୍ୟାନୁସାରେ ସେ ହମାତର ପ୍ରବେଶ ସ୍ଥାନଠାରୁ ଆରବା ସମୁଦ୍ର ପର୍ଯ୍ୟନ୍ତ ଇସ୍ରାଏଲର ସୀମା ପୁନର୍ବାର ହସ୍ତଗତ କଲେ।
26କାରଣ ସଦାପ୍ରଭୁ ଦେଖିଲେ ଯେ, ଇସ୍ରାଏଲର ଦୁଃଖ ଅତ୍ୟନ୍ତ ତିକ୍ତ; ଯେଣୁ ବନ୍ଦୀ କି ମୁକ୍ତ କେହି ନ ଥିଲେ, କିଅବା ଇସ୍ରାଏଲର ସାହାଯ୍ୟକାରୀ କେହି ନ ଥିଲା।
27ମାତ୍ର ସଦାପ୍ରଭୁ ଆକାଶମଣ୍ଡଳ ତଳୁ ଇସ୍ରାଏଲର ନାମ ଲୋପ କରିବାକୁ କହିଲେ ନାହିଁ; ଏଣୁ ସେ ଯୋୟାଶ୍ଙ୍କର ପୁତ୍ର ଯାରବୀୟାମଙ୍କ ହସ୍ତ ଦ୍ୱାରା ସେମାନଙ୍କୁ ଉଦ୍ଧାର କଲେ।