ଦ୍ୱିତୀୟ ରାଜାବଳୀ 14

ମାତ୍ର ସଦାପ୍ରଭୁ ଆକାଶମଣ୍ଡଳ ତଳୁ ଇସ୍ରାଏଲର ନାମ ଲୋପ କରିବାକୁ କହିଲେ ନାହିଁ; ଏଣୁ ସେ ଯୋୟାଶ୍‍ଙ୍କର ପୁତ୍ର ଯାରବୀୟାମଙ୍କ ହସ୍ତ ଦ୍ୱାରା ସେମାନଙ୍କୁ ଉଦ୍ଧାର କଲେ।

2 Kings 14:27 (UKJV) And the LORD said not that he would blot out the name of Israel from under heaven: but he saved them by the hand of Jeroboam the son of Joash.

25ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅମିତ୍ତୟର ପୁତ୍ର ଗାଥ୍‍-ହେଫର ନିବାସୀ ଆପଣା ଦାସ ଯୂନସ ଭବିଷ୍ୟଦ୍‍ବକ୍ତାଙ୍କ ହସ୍ତରେ ଯାହା କହିଥିଲେ, ତାହାଙ୍କର ସେହି ବାକ୍ୟାନୁସାରେ ସେ ହମାତର ପ୍ରବେଶ ସ୍ଥାନଠାରୁ ଆରବା ସମୁଦ୍ର ପର୍ଯ୍ୟନ୍ତ ଇସ୍ରାଏଲର ସୀମା ପୁନର୍ବାର ହସ୍ତଗତ କଲେ।

26କାରଣ ସଦାପ୍ରଭୁ ଦେଖିଲେ ଯେ, ଇସ୍ରାଏଲର ଦୁଃଖ ଅତ୍ୟନ୍ତ ତିକ୍ତ; ଯେଣୁ ବନ୍ଦୀ କି ମୁକ୍ତ କେହି ନ ଥିଲେ, କିଅବା ଇସ୍ରାଏଲର ସାହାଯ୍ୟକାରୀ କେହି ନ ଥିଲା।

27ମାତ୍ର ସଦାପ୍ରଭୁ ଆକାଶମଣ୍ଡଳ ତଳୁ ଇସ୍ରାଏଲର ନାମ ଲୋପ କରିବାକୁ କହିଲେ ନାହିଁ; ଏଣୁ ସେ ଯୋୟାଶ୍‍ଙ୍କର ପୁତ୍ର ଯାରବୀୟାମଙ୍କ ହସ୍ତ ଦ୍ୱାରା ସେମାନଙ୍କୁ ଉଦ୍ଧାର କଲେ।

28ଏହି ଯାରବୀୟାମଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ପରାକ୍ରମ, ସେ କିପ୍ରକାରେ ଯୁଦ୍ଧ କଲେ ଓ ଇସ୍ରାଏଲ ପାଇଁ ସେ କିପ୍ରକାରେ ଯିହୁଦାର ପୂର୍ବାଧିକୃତ ଦମ୍ମେଶକ ଓ ହମାତ ପୁନର୍ବାର ହସ୍ତଗତ କଲେ, ଏସବୁ କʼଣ ଇସ୍ରାଏଲର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?

29ଏଥିଉତ୍ତାରେ ଯାରବୀୟାମଙ୍କ ମୃତ୍ୟୁ ପରେ ସେ ଇସ୍ରାଏଲର ରାଜାମାନଙ୍କ ସହିତ କବରପ୍ରାପ୍ତ ହେଲେ; ପୁଣି ତାଙ୍କର ପୁତ୍ର ଜିଖରୀୟ ତାଙ୍କ ପଦରେ ରାଜ୍ୟ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.