26କାରଣ ସଦାପ୍ରଭୁ ଦେଖିଲେ ଯେ, ଇସ୍ରାଏଲର ଦୁଃଖ ଅତ୍ୟନ୍ତ ତିକ୍ତ; ଯେଣୁ ବନ୍ଦୀ କି ମୁକ୍ତ କେହି ନ ଥିଲେ, କିଅବା ଇସ୍ରାଏଲର ସାହାଯ୍ୟକାରୀ କେହି ନ ଥିଲା।
27ମାତ୍ର ସଦାପ୍ରଭୁ ଆକାଶମଣ୍ଡଳ ତଳୁ ଇସ୍ରାଏଲର ନାମ ଲୋପ କରିବାକୁ କହିଲେ ନାହିଁ; ଏଣୁ ସେ ଯୋୟାଶ୍ଙ୍କର ପୁତ୍ର ଯାରବୀୟାମଙ୍କ ହସ୍ତ ଦ୍ୱାରା ସେମାନଙ୍କୁ ଉଦ୍ଧାର କଲେ।
28ଏହି ଯାରବୀୟାମଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ପରାକ୍ରମ, ସେ କିପ୍ରକାରେ ଯୁଦ୍ଧ କଲେ ଓ ଇସ୍ରାଏଲ ପାଇଁ ସେ କିପ୍ରକାରେ ଯିହୁଦାର ପୂର୍ବାଧିକୃତ ଦମ୍ମେଶକ ଓ ହମାତ ପୁନର୍ବାର ହସ୍ତଗତ କଲେ, ଏସବୁ କʼଣ ଇସ୍ରାଏଲର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
29ଏଥିଉତ୍ତାରେ ଯାରବୀୟାମଙ୍କ ମୃତ୍ୟୁ ପରେ ସେ ଇସ୍ରାଏଲର ରାଜାମାନଙ୍କ ସହିତ କବରପ୍ରାପ୍ତ ହେଲେ; ପୁଣି ତାଙ୍କର ପୁତ୍ର ଜିଖରୀୟ ତାଙ୍କ ପଦରେ ରାଜ୍ୟ କଲେ।