6“ମାତ୍ର ସନ୍ତାନମାନଙ୍କ ପାଇଁ ପିତୃଗଣର ପ୍ରାଣଦଣ୍ଡ ହେବ ନାହିଁ; କିଅବା ପିତୃଗଣ ପାଇଁ ସନ୍ତାନମାନଙ୍କର ପ୍ରାଣଦଣ୍ଡ ହେବ ନାହିଁ;” କିନ୍ତୁ ପ୍ରତ୍ୟେକ ଲୋକ ନିଜ ପାପ ଲାଗି ମୃତ୍ୟୁୁଭୋଗ କରିବ, ମୋଶାଙ୍କର ବ୍ୟବସ୍ଥା-ପୁସ୍ତକରେ ଲିଖିତ ସଦାପ୍ରଭୁଙ୍କର ଏହି ଆଜ୍ଞା ପ୍ରମାଣେ ସେ ସେହି ହତ୍ୟାକାରୀମାନଙ୍କ ସନ୍ତାନଗଣର ପ୍ରାଣଦଣ୍ଡ କଲେ ନାହିଁ।
7ସେ ଲବଣ ଉପତ୍ୟକାରେ ଇଦୋମର ଦଶ ସହସ୍ର ଲୋକଙ୍କୁ ବଧ କଲେ ଓ ଯୁଦ୍ଧରେ ସେଲା ନଗର ହସ୍ତଗତ କରି ତହିଁର ନାମ ଯକ୍ତେଲ ରଖିଲେ; ତାହା ଆଜି ପର୍ଯ୍ୟନ୍ତ ଅଛି।
8ସେହି ସମୟରେ ଅମତ୍ସୀୟ ବାର୍ତ୍ତାବାହକ ପଠାଇ ଯେହୂଙ୍କର ପୌତ୍ର ଯିହୋୟାହସ୍ଙ୍କ ପୁତ୍ର, ଇସ୍ରାଏଲର ରାଜା ଯୋୟାଶ୍ଙ୍କୁ କହିଲେ, “ଆସ, ଆମ୍ଭେମାନେ ପରସ୍ପର ମୁଖ ଦେଖାଦେଖି ହେବା।”
9ତହିଁରେ ଇସ୍ରାଏଲର ରାଜା ଯୋୟାଶ୍ ଯିହୁଦାର ରାଜା ଅମତ୍ସୀୟଙ୍କ ନିକଟକୁ ଲୋକ ପଠାଇ କହିଲେ, “ଲିବାନୋନର କଣ୍ଟକଲତା ଲିବାନୋନର ଏରସ ବୃକ୍ଷ ନିକଟକୁ କହି ପଠାଇଲା, ‘ତୁମ୍ଭ କନ୍ୟାକୁ ଆମ୍ଭ ପୁତ୍ର ସଙ୍ଗେ ବିବାହ ଦିଅ,’ ଏଥିମଧ୍ୟରେ ଲିବାନୋନର ଏକ ବନ୍ୟ ପଶୁ ନିକଟ ଦେଇ ଯାଉ ଯାଉ ସେହି କଣ୍ଟକଲତାକୁ ଦଳି ପକାଇଲା।
10ପ୍ରକୃତରେ ତୁମ୍ଭେ ଇଦୋମକୁ ପରାସ୍ତ କରିଅଛ, ଆଉ ତୁମ୍ଭ ମନ ଗର୍ବିତ ହୋଇଅଛି; ସେହି ଗୌରବ ନେଇ ଘରେ ଥାଅ; ଆପଣାର ଅମଙ୍ଗଳ ପାଇଁ କାହିଁକି ବିରୋଧ କରିବ? ପୁଣି ତୁମ୍ଭେ ଓ ତୁମ୍ଭ ସଙ୍ଗେ ଯିହୁଦା, ଦୁହେଁ କାହିଁକି ପତିତ ହେବ?”