1ଇସ୍ରାଏଲର ରାଜା ଯାରବୀୟାମଙ୍କ ରାଜତ୍ଵର ସତାଇଶ ବର୍ଷରେ ଯିହୁଦାର ରାଜା ଅମତ୍ସୀୟଙ୍କର ପୁତ୍ର ଅସରୀୟ ରାଜତ୍ୱ କରିବାକୁ ଆରମ୍ଭ କଲେ।
2ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଷୋଳ ବର୍ଷ ବୟସ୍କ ହୋଇଥିଲେ; ଆଉ ସେ ଯିରୂଶାଲମରେ ବାବନ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଯିଖଲୀୟା, ସେ ଯିରୂଶାଲମ ନିବାସିନୀ ଥିଲେ।
3ପୁଣି ସେ ଆପଣା ପିତା ଅମତ୍ସୀୟଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।