9ପୁଣି ସେ ଆପଣା ପୂର୍ବପୁରୁଷମାନଙ୍କ ପରି ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ।
10ଆଉ ଯାବେଶଙ୍କର ପୁତ୍ର ଶଲ୍ଲୁମ୍ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରି ଓ ଲୋକମାନଙ୍କ ସମ୍ମୁଖରେ ତାଙ୍କୁ ଆଘାତ କରି ବଧ କଲେ ଓ ତାଙ୍କର ପଦରେ ରାଜ୍ୟ କଲେ।
11ଏହି ଜିଖରୀୟଙ୍କ ଅବଶିଷ୍ଟ ବୃତ୍ତାନ୍ତ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ଅଛି।
12ସଦାପ୍ରଭୁ ଯେହୂଙ୍କୁ ଏହି କଥା କହିଥିଲେ, ଯଥା, “ତୁମ୍ଭ ପୁତ୍ରମାନେ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବେ।” ଆଉ ସେହିପରି ହେଲା।
13ଯିହୁଦାର ରାଜା ଉଷୀୟଙ୍କ ରାଜତ୍ଵର ଅଣଚାଳିଶ ବର୍ଷରେ ଯାବେଶଙ୍କର ପୁତ୍ର ଶଲ୍ଲୁମ୍ ରାଜତ୍ୱ କରିବାକୁ ଆରମ୍ଭ କଲେ; ଆଉ ସେ ଶମରୀୟାରେ ଏକ ମାସ କାଳ ରାଜ୍ୟ କଲେ।