11ଏହି ଜିଖରୀୟଙ୍କ ଅବଶିଷ୍ଟ ବୃତ୍ତାନ୍ତ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ଅଛି।
12ସଦାପ୍ରଭୁ ଯେହୂଙ୍କୁ ଏହି କଥା କହିଥିଲେ, ଯଥା, “ତୁମ୍ଭ ପୁତ୍ରମାନେ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବେ।” ଆଉ ସେହିପରି ହେଲା।
13ଯିହୁଦାର ରାଜା ଉଷୀୟଙ୍କ ରାଜତ୍ଵର ଅଣଚାଳିଶ ବର୍ଷରେ ଯାବେଶଙ୍କର ପୁତ୍ର ଶଲ୍ଲୁମ୍ ରାଜତ୍ୱ କରିବାକୁ ଆରମ୍ଭ କଲେ; ଆଉ ସେ ଶମରୀୟାରେ ଏକ ମାସ କାଳ ରାଜ୍ୟ କଲେ।
14ଆଉ ଗାଦିର ପୁତ୍ର ମନହେମ୍ ତିର୍ସାରୁ ଯାଇ ଶମରୀୟାରେ ଉପସ୍ଥିତ ହେଲେ ଓ ଯାବେଶଙ୍କର ପୁତ୍ର ଶଲ୍ଲୁମ୍ଙ୍କୁ ଶମରୀୟାରେ ଆଘାତ କରି ବଧ କଲେ, ପୁଣି ତାଙ୍କ ପଦରେ ରାଜ୍ୟ କଲେ।
15ଏହି ଶଲ୍ଲୁମ୍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର କୃତ ଚକ୍ରାନ୍ତ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ଅଛି।