ଦ୍ୱିତୀୟ ରାଜାବଳୀ 15

ଆଉ ଗାଦିର ପୁତ୍ର ମନହେମ୍‍ ତିର୍ସାରୁ ଯାଇ ଶମରୀୟାରେ ଉପସ୍ଥିତ ହେଲେ ଓ ଯାବେଶଙ୍କର ପୁତ୍ର ଶଲ୍ଲୁମ୍‍ଙ୍କୁ ଶମରୀୟାରେ ଆଘାତ କରି ବଧ କଲେ, ପୁଣି ତାଙ୍କ ପଦରେ ରାଜ୍ୟ କଲେ।

2 Kings 15:14 (UKJV) For Menahem the son of Gadi went up from Tirzah, and came to Samaria, and stroke Shallum the son of Jabesh in Samaria, and slew him, and reigned in his position.

12ସଦାପ୍ରଭୁ ଯେହୂଙ୍କୁ ଏହି କଥା କହିଥିଲେ, ଯଥା, “ତୁମ୍ଭ ପୁତ୍ରମାନେ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବେ।” ଆଉ ସେହିପରି ହେଲା।

13ଯିହୁଦାର ରାଜା ଉଷୀୟଙ୍କ ରାଜତ୍ଵର ଅଣଚାଳିଶ ବର୍ଷରେ ଯାବେଶଙ୍କର ପୁତ୍ର ଶଲ୍ଲୁମ୍‍ ରାଜତ୍ୱ କରିବାକୁ ଆରମ୍ଭ କଲେ; ଆଉ ସେ ଶମରୀୟାରେ ଏକ ମାସ କାଳ ରାଜ୍ୟ କଲେ।

14ଆଉ ଗାଦିର ପୁତ୍ର ମନହେମ୍‍ ତିର୍ସାରୁ ଯାଇ ଶମରୀୟାରେ ଉପସ୍ଥିତ ହେଲେ ଓ ଯାବେଶଙ୍କର ପୁତ୍ର ଶଲ୍ଲୁମ୍‍ଙ୍କୁ ଶମରୀୟାରେ ଆଘାତ କରି ବଧ କଲେ, ପୁଣି ତାଙ୍କ ପଦରେ ରାଜ୍ୟ କଲେ।

15ଏହି ଶଲ୍ଲୁମ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର କୃତ ଚକ୍ରାନ୍ତ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ଅଛି।

16ଏଥିଉତ୍ତାରେ ମନହେମ୍‍ ତିର୍ସାଠାରୁ, ତିପ୍ସହ ଓ ତନ୍ମଧ୍ୟବର୍ତ୍ତୀ ସମସ୍ତଙ୍କୁ, ପୁଣି ତିପ୍ସହର ସମସ୍ତ ଅଞ୍ଚଳକୁ ଆଘାତ କଲେ। ଲୋକମାନେ ତାଙ୍କ ପାଇଁ ନଗର ମୁକ୍ତ ନ କରିବାରୁ ସେ ତାହା ଆଘାତ କଲେ; ପୁଣି ତନ୍ମଧ୍ୟବର୍ତ୍ତିନୀ ଗର୍ଭବତୀ ସ୍ତ୍ରୀ ସମସ୍ତଙ୍କର ଉଦର ବିଦୀର୍ଣ୍ଣ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.