ଦ୍ୱିତୀୟ ରାଜାବଳୀ 15

ଯିହୁଦାର ରାଜା ଅସରୀୟଙ୍କ ରାଜତ୍ଵର ଅଣଚାଳିଶ ବର୍ଷରେ ଗାଦିର ପୁତ୍ର ମନହେମ୍‍ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି ଶମରୀୟାରେ ଦଶ ବର୍ଷ ରାଜ୍ୟ କଲେ।

2 Kings 15:17 (UKJV) In the nine and thirtieth year of Azariah king of Judah began Menahem the son of Gadi to reign over Israel, and reigned ten years in Samaria.

15ଏହି ଶଲ୍ଲୁମ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର କୃତ ଚକ୍ରାନ୍ତ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ଅଛି।

16ଏଥିଉତ୍ତାରେ ମନହେମ୍‍ ତିର୍ସାଠାରୁ, ତିପ୍ସହ ଓ ତନ୍ମଧ୍ୟବର୍ତ୍ତୀ ସମସ୍ତଙ୍କୁ, ପୁଣି ତିପ୍ସହର ସମସ୍ତ ଅଞ୍ଚଳକୁ ଆଘାତ କଲେ। ଲୋକମାନେ ତାଙ୍କ ପାଇଁ ନଗର ମୁକ୍ତ ନ କରିବାରୁ ସେ ତାହା ଆଘାତ କଲେ; ପୁଣି ତନ୍ମଧ୍ୟବର୍ତ୍ତିନୀ ଗର୍ଭବତୀ ସ୍ତ୍ରୀ ସମସ୍ତଙ୍କର ଉଦର ବିଦୀର୍ଣ୍ଣ କଲେ।

17ଯିହୁଦାର ରାଜା ଅସରୀୟଙ୍କ ରାଜତ୍ଵର ଅଣଚାଳିଶ ବର୍ଷରେ ଗାଦିର ପୁତ୍ର ମନହେମ୍‍ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି ଶମରୀୟାରେ ଦଶ ବର୍ଷ ରାଜ୍ୟ କଲେ।

18ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ଆପଣାର ଯାବଜ୍ଜୀବନ ବିମୁଖ ହେଲେ ନାହିଁ।

19ଅଶୂରର ରାଜା ପୂଲ୍‍ ଦେଶର ବିରୁଦ୍ଧରେ ଆସନ୍ତେ, ମନହେମ୍‍ ଆପଣା ହସ୍ତରେ ରାଜ୍ୟ ଦୃଢ଼ କରିବା ପାଇଁ ଯେପରି ପୂଲ୍‍ର ହସ୍ତ ତାଙ୍କର ସହାୟ ହେବ, ଏଥିପାଇଁ ସେ ତାହାକୁ ଏକ ସହସ୍ର ତାଳନ୍ତ ରୂପା ଦେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.