ଦ୍ୱିତୀୟ ରାଜାବଳୀ 15

ଏହି ମନହେମ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କʼଣ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?

2 Kings 15:21 (UKJV) And the rest of the acts of Menahem, and all that he did, are they not written in the book of the chronicles of the kings of Israel?

19ଅଶୂରର ରାଜା ପୂଲ୍‍ ଦେଶର ବିରୁଦ୍ଧରେ ଆସନ୍ତେ, ମନହେମ୍‍ ଆପଣା ହସ୍ତରେ ରାଜ୍ୟ ଦୃଢ଼ କରିବା ପାଇଁ ଯେପରି ପୂଲ୍‍ର ହସ୍ତ ତାଙ୍କର ସହାୟ ହେବ, ଏଥିପାଇଁ ସେ ତାହାକୁ ଏକ ସହସ୍ର ତାଳନ୍ତ ରୂପା ଦେଲେ।

20ପୁଣି ମନହେମ୍‍ ଏହି ମୁଦ୍ରା ଇସ୍ରାଏଲ ମଧ୍ୟରୁ ଆଦାୟ କଲେ, ଅର୍ଥାତ୍‍, ଅଶୂରର ରାଜାକୁ ଦେବା ପାଇଁ ସମଗ୍ର ଧନଶାଳୀ ଲୋକଙ୍କର ପ୍ରତିଜଣଠାରୁ ପଚାଶ ଶେକଲ ଲେଖାଏଁ ରୂପା ନେଲେ, ତହିଁରେ ଅଶୂରର ରାଜା ଫେରିଗଲା ଓ ଦେଶର ସେସ୍ଥାନରେ ରହିଲା ନାହିଁ।

21ଏହି ମନହେମ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କʼଣ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?

22ଏଥିଉତ୍ତାରେ ମନହେମ୍‍ ମୃତ୍ୟୁବରଣ କଲେ; ତହୁଁ ତାଙ୍କର ପୁତ୍ର ପକହୀୟ ତାଙ୍କ ପଦରେ ରାଜ୍ୟ କଲେ।

23ଯିହୁଦାର ରାଜା ଅସରୀୟଙ୍କ ରାଜତ୍ଵର ପଚାଶ ବର୍ଷରେ ମନହେମ୍‍ଙ୍କର ପୁତ୍ର ପକହୀୟ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି ଦୁଇ ବର୍ଷ ରାଜ୍ୟ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.