20ପୁଣି ମନହେମ୍ ଏହି ମୁଦ୍ରା ଇସ୍ରାଏଲ ମଧ୍ୟରୁ ଆଦାୟ କଲେ, ଅର୍ଥାତ୍, ଅଶୂରର ରାଜାକୁ ଦେବା ପାଇଁ ସମଗ୍ର ଧନଶାଳୀ ଲୋକଙ୍କର ପ୍ରତିଜଣଠାରୁ ପଚାଶ ଶେକଲ ଲେଖାଏଁ ରୂପା ନେଲେ, ତହିଁରେ ଅଶୂରର ରାଜା ଫେରିଗଲା ଓ ଦେଶର ସେସ୍ଥାନରେ ରହିଲା ନାହିଁ।
21ଏହି ମନହେମ୍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କʼଣ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
22ଏଥିଉତ୍ତାରେ ମନହେମ୍ ମୃତ୍ୟୁବରଣ କଲେ; ତହୁଁ ତାଙ୍କର ପୁତ୍ର ପକହୀୟ ତାଙ୍କ ପଦରେ ରାଜ୍ୟ କଲେ।
23ଯିହୁଦାର ରାଜା ଅସରୀୟଙ୍କ ରାଜତ୍ଵର ପଚାଶ ବର୍ଷରେ ମନହେମ୍ଙ୍କର ପୁତ୍ର ପକହୀୟ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି ଦୁଇ ବର୍ଷ ରାଜ୍ୟ କଲେ।
24ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ।