21ଏହି ମନହେମ୍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କʼଣ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
22ଏଥିଉତ୍ତାରେ ମନହେମ୍ ମୃତ୍ୟୁବରଣ କଲେ; ତହୁଁ ତାଙ୍କର ପୁତ୍ର ପକହୀୟ ତାଙ୍କ ପଦରେ ରାଜ୍ୟ କଲେ।
23ଯିହୁଦାର ରାଜା ଅସରୀୟଙ୍କ ରାଜତ୍ଵର ପଚାଶ ବର୍ଷରେ ମନହେମ୍ଙ୍କର ପୁତ୍ର ପକହୀୟ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି ଦୁଇ ବର୍ଷ ରାଜ୍ୟ କଲେ।
24ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ।
25ଆଉ ରମଲୀୟଙ୍କର ପୁତ୍ର ପେକହ ନାମକ ତାଙ୍କର ସେନାପତି ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରି ତାଙ୍କୁ ଓ ତାଙ୍କ ସଙ୍ଗେ ଅର୍ଗୋବ ଓ ଅରୀୟିକୁ ଶମରୀୟାସ୍ଥ ରାଜଗୃହର ଦୁର୍ଗରେ ଆଘାତ କଲେ। ପୁଣି ତାଙ୍କ ସଙ୍ଗେ ପଚାଶ ଜଣ ଗିଲୀୟଦୀୟ ଲୋକ ଥିଲେ; ଆଉ ସେ ତାଙ୍କୁ ବଧ କରି ତାଙ୍କ ପଦରେ ରାଜ୍ୟ କଲେ।