23ଯିହୁଦାର ରାଜା ଅସରୀୟଙ୍କ ରାଜତ୍ଵର ପଚାଶ ବର୍ଷରେ ମନହେମ୍ଙ୍କର ପୁତ୍ର ପକହୀୟ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି ଦୁଇ ବର୍ଷ ରାଜ୍ୟ କଲେ।
24ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ।
25ଆଉ ରମଲୀୟଙ୍କର ପୁତ୍ର ପେକହ ନାମକ ତାଙ୍କର ସେନାପତି ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରି ତାଙ୍କୁ ଓ ତାଙ୍କ ସଙ୍ଗେ ଅର୍ଗୋବ ଓ ଅରୀୟିକୁ ଶମରୀୟାସ୍ଥ ରାଜଗୃହର ଦୁର୍ଗରେ ଆଘାତ କଲେ। ପୁଣି ତାଙ୍କ ସଙ୍ଗେ ପଚାଶ ଜଣ ଗିଲୀୟଦୀୟ ଲୋକ ଥିଲେ; ଆଉ ସେ ତାଙ୍କୁ ବଧ କରି ତାଙ୍କ ପଦରେ ରାଜ୍ୟ କଲେ।
26ଏହି ପକହୀୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ଅଛି।
27ଯିହୁଦାର ରାଜା ଅସରୀୟଙ୍କ ରାଜତ୍ଵର ବାବନ ବର୍ଷରେ ରମଲୀୟଙ୍କର ପୁତ୍ର ପେକହ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି କୋଡ଼ିଏ ବର୍ଷ ରାଜ୍ୟ କଲେ।