ଦ୍ୱିତୀୟ ରାଜାବଳୀ 15

ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସବୁ ପାପରୁ ସେ ବିମୁଖ ହେଲେ ନାହିଁ।

2 Kings 15:28 (UKJV) And he did that which was evil in the sight of the LORD: he departed not from the sins of Jeroboam the son of Nebat, who made Israel to sin.

26ଏହି ପକହୀୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ଅଛି।

27ଯିହୁଦାର ରାଜା ଅସରୀୟଙ୍କ ରାଜତ୍ଵର ବାବନ ବର୍ଷରେ ରମଲୀୟଙ୍କର ପୁତ୍ର ପେକହ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି କୋଡ଼ିଏ ବର୍ଷ ରାଜ୍ୟ କଲେ।

28ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସବୁ ପାପରୁ ସେ ବିମୁଖ ହେଲେ ନାହିଁ।

29ଇସ୍ରାଏଲର ରାଜା ପେକହଙ୍କର ସମୟରେ ଅଶୂରର ରାଜା ତିଗ୍ଲାତ୍‍-ପିଲେସର୍ ଆସି ଇୟୋନ୍‍ ଓ ଆବେଲ୍‍-ବେଥ୍-ମାଖା ଓ ଯାନୋହ ଓ କେଦଶ ଓ ହାସୋର ଓ ଗିଲୀୟଦ ଓ ଗାଲିଲୀ ଓ ସମୁଦାୟ ନପ୍ତାଲି ଦେଶ ହସ୍ତଗତ କଲା; ଆଉ ସେ ଲୋକମାନଙ୍କୁ ବନ୍ଦୀ କରି ଅଶୂରକୁ ନେଇଗଲା।

30ଏଥିଉତ୍ତାରେ ଏଲାଙ୍କର ପୁତ୍ର ହୋଶେୟ ରମଲୀୟଙ୍କର ପୁତ୍ର ପେକହଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ ଓ ସେ ତାଙ୍କୁ ଆଘାତ କରି ବଧ କଲେ, ପୁଣି ଉଷୀୟଙ୍କର ପୁତ୍ର ଯୋଥମ୍‍ଙ୍କ ରାଜତ୍ଵର କୋଡ଼ିଏ ବର୍ଷରେ ସେ ପେକହଙ୍କ ପଦରେ ରାଜ୍ୟ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.