ଦ୍ୱିତୀୟ ରାଜାବଳୀ 15

ପୁଣି ସେ ଆପଣା ପିତା ଅମତ୍‍ସୀୟଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।

2 Kings 15:3 (UKJV) And he did that which was right in the sight of the LORD, according to all that his father Amaziah had done;

1ଇସ୍ରାଏଲର ରାଜା ଯାରବୀୟାମଙ୍କ ରାଜତ୍ଵର ସତାଇଶ ବର୍ଷରେ ଯିହୁଦାର ରାଜା ଅମତ୍‍ସୀୟଙ୍କର ପୁତ୍ର ଅସରୀୟ ରାଜତ୍ୱ କରିବାକୁ ଆରମ୍ଭ କଲେ।

2ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଷୋଳ ବର୍ଷ ବୟସ୍କ ହୋଇଥିଲେ; ଆଉ ସେ ଯିରୂଶାଲମରେ ବାବନ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଯିଖଲୀୟା, ସେ ଯିରୂଶାଲମ ନିବାସିନୀ ଥିଲେ।

3ପୁଣି ସେ ଆପଣା ପିତା ଅମତ୍‍ସୀୟଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।

4ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।

5ପୁଣି ସଦାପ୍ରଭୁ ରାଜାଙ୍କୁ ଆଘାତ କଲେ, ତହିଁରେ ସେ ଆପଣା ମରଣ ଦିନ ପର୍ଯ୍ୟନ୍ତ କୁଷ୍ଠୀ ହୋଇ ଏକ ପୃଥକ ଗୃହରେ ବାସ କଲେ। ଆଉ ରାଜାଙ୍କର ପୁତ୍ର ଯୋଥମ୍‍ ଗୃହର କର୍ତ୍ତା ହୋଇ ଦେଶସ୍ଥ ଲୋକମାନଙ୍କର ବିଚାର କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.