ଦ୍ୱିତୀୟ ରାଜାବଳୀ 15

ଇସ୍ରାଏଲର ରାଜା ରମଲୀୟଙ୍କର ପୁତ୍ର ପେକହଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷରେ ଯିହୁଦାର ରାଜା ଉଷୀୟଙ୍କର ପୁତ୍ର ଯୋଥମ୍‍ ରାଜତ୍ୱ କରିବାକୁ ଆରମ୍ଭ କଲେ।

2 Kings 15:32 (UKJV) In the second year of Pekah the son of Remaliah king of Israel began Jotham the son of Uzziah king of Judah to reign.

30ଏଥିଉତ୍ତାରେ ଏଲାଙ୍କର ପୁତ୍ର ହୋଶେୟ ରମଲୀୟଙ୍କର ପୁତ୍ର ପେକହଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ ଓ ସେ ତାଙ୍କୁ ଆଘାତ କରି ବଧ କଲେ, ପୁଣି ଉଷୀୟଙ୍କର ପୁତ୍ର ଯୋଥମ୍‍ଙ୍କ ରାଜତ୍ଵର କୋଡ଼ିଏ ବର୍ଷରେ ସେ ପେକହଙ୍କ ପଦରେ ରାଜ୍ୟ କଲେ।

31ଏହି ପେକହଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଇସ୍ରାଏଲର ରାଜାମାନଙ୍କର ଇତିହାସ ପୁସ୍ତକରେ ଲିଖିତ ଅଛି।

32ଇସ୍ରାଏଲର ରାଜା ରମଲୀୟଙ୍କର ପୁତ୍ର ପେକହଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷରେ ଯିହୁଦାର ରାଜା ଉଷୀୟଙ୍କର ପୁତ୍ର ଯୋଥମ୍‍ ରାଜତ୍ୱ କରିବାକୁ ଆରମ୍ଭ କଲେ।

33ସେ ରାଜତ୍ୱ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ। ଆଉ ତାଙ୍କ ମାତାଙ୍କର ନାମ ଯିରୁଶା, ସେ ସାଦୋକର କନ୍ୟା ଥିଲେ।

34ଯୋଥମ୍‍ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ; ସେ ଆପଣା ପିତା ଉଷୀୟଙ୍କର ସମସ୍ତ କ୍ରିୟାନୁସାରେ କର୍ମ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.