ଦ୍ୱିତୀୟ ରାଜାବଳୀ 15

ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ। ସେ ସଦାପ୍ରଭୁଙ୍କ ଗୃହର ଉପର ଦ୍ୱାର ଦୃଢ଼ କଲେ।

2 Kings 15:35 (UKJV) Nevertheless the high places were not removed: the people sacrificed and burned incense still in the high places. He built the higher gate of the house of the LORD.

33ସେ ରାଜତ୍ୱ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ। ଆଉ ତାଙ୍କ ମାତାଙ୍କର ନାମ ଯିରୁଶା, ସେ ସାଦୋକର କନ୍ୟା ଥିଲେ।

34ଯୋଥମ୍‍ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ; ସେ ଆପଣା ପିତା ଉଷୀୟଙ୍କର ସମସ୍ତ କ୍ରିୟାନୁସାରେ କର୍ମ କଲେ।

35ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ। ସେ ସଦାପ୍ରଭୁଙ୍କ ଗୃହର ଉପର ଦ୍ୱାର ଦୃଢ଼ କଲେ।

36ଏହି ଯୋଥମ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କʼଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?

37ସେସମୟରେ ସଦାପ୍ରଭୁ ଅରାମର ରାଜା ରତ୍ସୀନକୁ ଓ ରମଲୀୟଙ୍କର ପୁତ୍ର ପେକହଙ୍କୁ ଯିହୁଦା ବିରୁଦ୍ଧରେ ପଠାଇବାକୁ ଆରମ୍ଭ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.